Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:7 - ପବିତ୍ର ବାଇବଲ

7 ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସପ୍ତାହର ପ୍ରଥମ ଦିନରେ ଯେତେବେଳେ ଆମ୍ଭେମାନେ ରୋଟୀ ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ସେତେବେଳେ ପାଉଲ ପରଦିନ ପ୍ରସ୍ଥାନ କରିବେ ବୋଲି ଉଦ୍ୟତ ହେଉଥିବାରୁ ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ଅର୍ଦ୍ଧରାତ୍ର ପର୍ଯ୍ୟନ୍ତ ଦୀର୍ଘ ବକ୍ତୃତା ଦେଲେ।

Gade chapit la Kopi

ଓଡିଆ ବାଇବେଲ

7 ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଶନିବାର ସନ୍ଧ୍ୟାରେ ଆମ୍ଭେମାନେ ସମ୍ମିଳିତ ଭୋଜନ ପାଇଁ ଏକତ୍ରିତ ହେଲୁ। ପାଉଲ ଲୋକମାନଙ୍କୁ ମଧ୍ୟରାତ୍ରି ପର୍ଯ୍ୟନ୍ତ ଉପଦେଶ ଦେଲେ, କାରଣ ତହିଁ ଆରଦିନ ସେ ସେହି ସ୍ଥାନ ପରିତ୍ୟାଗ କରିବାକୁ ଯାଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।

Gade chapit la Kopi




ପ୍ରେରିତ 20:7
22 Referans Kwoze  

ପ୍ରତ୍ୟେକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ଆୟ ଅନୁଯାୟୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭେମାନେ ଏହାକୁ ଗୋଟିଏ ବିଶେଷ ସ୍ଥାନରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖରେ ପହଞ୍ଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।


ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ।


ସେଦିନ ରବିବାର ଥିଲା। ସନ୍ଧ୍ୟାରେ ସବୁ ଶିଷ୍ୟମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟରେ ଶିଷ୍ୟମାନେ ଘରର ସବୁ କବାଟ ବନ୍ଦ କରିଦେଇଥିଲେ। ତା'ପରେ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


ରବିବାର ଦିନ ପାହାନ୍ତିଆରେ ମ‌‌‌‌‌ଗ୍‌ଦଲୀନୀ ମରିୟମ ଯୀଶୁଙ୍କର କବର ନିକଟକୁ ଆସିଲେ। ସେତେବେଳେ ତଥାପି ଅନ୍ଧାର ଥିଲା। ସେ ଦେଖିଲେ ଯେ, ବହୂତ ବଡ଼ ପଥରଟି କବର ଦ୍ୱାରା ପାଖରୁ ଦୂରକୁ ଘୁଞ୍ଚି ଯାଇଛି।


ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ତା'ପରେ ପାଉଲ ଉପରକୁ ଯାଇ ରୋଟୀ ଭାଙ୍ଗି ଖାଇଲେ। ସେ ସେମାନଙ୍କ ସହିତ ଅଧିକ ସମୟ ପାହାନ୍ତିଆ ପର୍ଯ୍ୟନ୍ତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।


ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।


ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।


ତା'ପରେ ଏହି ଦୁଇଜଣ ଲୋକ ରାସ୍ତାରେ ଯାହାସବୁ ଘଟିଥିଲା, ସେ ସମସ୍ତ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ସେମାନେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସେମାନେ କିପରି ଯୀଶୁଙ୍କୁ ଚିହ୍ନି ପାରିଲେ।


କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ମୁଁ ଆଜି ଏହା ହୋଇପାରିଛି। ମୋ’ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହୋଇ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ରେରିତଙ୍କ ତୁଳନାରେ କଠୋର ପରିଶ୍ରମ କରିଛି। ମୁଁ ପ୍ରକୃତରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଏହା କରିପାରିଛି।


ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ୟବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ନୁହେଁ କି?


ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।


ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।


ଗୋଟିଏ ସପ୍ତାହ ପରେ ଶିଷ୍ୟମାନେ ପୁଣି ଘର ଭିତରେ ଥିଲେ। ଥୋମା ସେମାନଙ୍କ ସହିତ ଥିଲେ। କବାଟରେ ତାଲା ପଡ଼ିଥିଲା। କିନ୍ତୁ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହେଲେ। ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


ତା'ପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ରେରିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, “ଏହି ରୋଟୀ ମୋର ଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମୋତେ ମନେ ରଖିବା ପାଇଁ ଏହା କର।”


ସେମାନେ ସେଠାରେ ପ୍ରାୟ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ବ୍ୟବସ୍ଥା ପୁସ୍ତକ ପାଠ କଲେ। ଏହା ପରେ ସେମାନେ ସେଠାରେ ତିନି ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସେମାନଙ୍କର ପାପ ସ୍ୱୀକାର କଲେ ଓ ନତମସ୍ତକ ହୋଇ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ଉପାସନା କଲେ।


ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ଆଗରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ଆଉ ସମସ୍ତ ଲୋକେ ତାହା ଶ୍ରବଣ କଲେ।


ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।


ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେଲେ। ସର୍ବ ପ୍ରଥମେ ସେ ମ‌ଗ୍‌ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ।


ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।


ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟା ନଗରରେ ଆମ୍ଭମାନଙ୍କୁ ଅପେକ୍ଷା କଲେ।


Swiv nou:

Piblisite


Piblisite