Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:9 - ପବିତ୍ର ବାଇବଲ

9 ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଇଉତୁଖ ନାମରେ ଜଣେ ଯୁବା ଲୋକ ଝରକା ଉପରେ ବସିଥିଲା, ତାକୁ ଭାରୀ ନିଦ ଲାଗୁଥିଲା; ପୁଣି ପାଉଲ ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରାମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାକୁ ଉଠାଇଲା ବେଳକୁ ସେ ମୃତ ବୋଲି ଜଣାଗଲା।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆହୁରି ଦୀର୍ଘ ଉପଦେଶ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେଠାରେ ଇଉଟିକସ୍ ନାମକ ଜଣେ ଯୁବକ ଝରକା ଉପରେ ବସିଥିଲା, ପାଉଲ କଥା କହୁଥିବା ସମୟରେ ତାକୁ ନିଦ ଲାଗି ଆସିଲା। ସେ ନିଦ୍ରାଭିଭୂତ ହୋଇ ତିନି ମହଲା ଉପରୁ ତଳେ ପଡ଼ିଗଲା। ସେମାନେ ତାକୁ ଉଠାଇବାବେଳେ ସେ ମରି ଯାଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।

Gade chapit la Kopi




ପ୍ରେରିତ 20:9
9 Referans Kwoze  

ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ।


କିନ୍ତୁ ତା'ପରେ କେତେକ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସେମାନେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲେଣି ଭାବି ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।


ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।”


ତହୁଁ ଏଲିୟ ତାକୁ କହିଲେ, “ତୁମ୍ଭ ପୁତ୍ରକୁ ମୋତେ ଦିଅ।” ଏଲିୟ ତା'ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କୋଠରୀକୁ ନେଇଯାଇ ଆପଣା ଶଯ୍ୟାରେ ତାକୁ ଶୁଆଇ ଦେଲେ।


ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ।


ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା।


ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।”


Swiv nou:

Piblisite


Piblisite