ପ୍ରେରିତ 21:11 - ପବିତ୍ର ବାଇବଲ11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି। ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଆମ୍ଭମାନଙ୍କ ନିକଟକୁ ଆସି ପାଉଲଙ୍କ କଟିବନ୍ଧନ ଘେନି ଆପଣା ହସ୍ତପଦ ବନ୍ଧନ କରି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କି ଯିରୂଶାଲମନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ। Gade chapit laଓଡିଆ ବାଇବେଲ11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)11 ସେ ଆମ ନିକଟକୁ ଆସି ପାଉଲଙ୍କ କଟି ବନ୍ଧନୀ ନେଲେ, ସେଥିରେ ସେ ନିଜ ହାତ ଓ ଗୋଡ଼ ବାନ୍ଧି କହିଲେ, “ପବିତ୍ରଆତ୍ମା ମୋତେ ଜଣାଉଛନ୍ତି ଯେ, ଏହି କଟି ବନ୍ଧନୀର ଅଧିକାରୀଙ୍କୁ ଯିରୂଶାଲମରେ ଇହୁଦୀମାନେ ଏହିପରି ବାନ୍ଧି ତାଙ୍କୁ ଅଣଇହୁଦୀମାନଙ୍କ ହାତରେ ସମର୍ପଣ କରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ। Gade chapit la |
ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟଦ୍ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।
ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।