Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:16 - ପବିତ୍ର ବାଇବଲ

16 କାଇସରୀଆରେ ଥିବା ଯୀଶୁଙ୍କ କେତେକ ଶିଷ୍ୟ ଆମ୍ଭ ସହିତ ଆସିଲେ। ସେମାନେ ଆମ୍ଭକୁ କୁପ୍ର ଉପଦ୍ୱୀପର ମନାସୋନ (ଯିଏ କି ଯୀଶୁଙ୍କ ପ୍ରଥମ ଶିଷ୍ୟମାନଙ୍କ ମଧ୍ୟରେ ଜଣେ) ନାମକ ଜଣେ ଶିଷ୍ୟଙ୍କ ଘରକୁ ନେଇଗଲେ। ସେଠାରେ ଆମ୍ଭେ ରାତି କଟାଇବା କଥା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, କାଇସରିଆରୁ କେତେକ ଜଣ ଶିଷ୍ୟ ମଧ୍ୟ ଆମ୍ଭମାନଙ୍କ ସାଙ୍ଗରେ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ଆଦିମ ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସିସେରିଆର କେତେ ଜଣ ଶିଷ୍ୟ ଓ ସାଇପ୍ରସ୍ର ମନାସୋନ ନାମକ ଜଣେ ବିଶ୍ୱାସୀ ମଧ୍ୟ ଆମ ସଙ୍ଗରେ ଗଲେ। ମନାସୋନଙ୍କ ଘରେ ଆମ ରହିବାର ବ୍ୟବସ୍ଥା ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍‍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।

Gade chapit la Kopi




ପ୍ରେରିତ 21:16
15 Referans Kwoze  

ପାଚିଲା କେଶ ଶୋଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।


ଆମ୍ଭେ ତହିଁ ଆରଦିନ କାଇସରୀଆ ନଗରରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭରକ ଫିଲି‌ପ୍‌ପଙ୍କ ଘରେ ପ୍ରବେଶ କଲୁ। ସେ ସାତ ଜଣ ବିଶେଷ ସେବକମାନଙ୍କ ମଧ୍ୟରୁ ଜଣେ ଥିଲେ। ଆମ୍ଭେମାନେ ତାହାଙ୍କ ସହିତ ରହିଲୁ।


ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ। ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।


କିନ୍ତୁ ମୁଁ ତୁମ୍ଭକୁ ପ୍ରେମରେ ନିବେଦନ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହୋଇ ଗଲିଣି ଓ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଛି।


ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା ଓ ମୋ'ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।


ଏଥିପାଇଁ ସେମାନଙ୍କ ମଧ୍ୟରେ ଘୋର ମତଭେଦ ହେଲା। ଏହା ଫଳରେ, ପାଉଲ ଓ ବର୍ଣ୍ଣ‌ବ୍‌‌ବା ପରସ୍ପରଠାରୁ ଅଲଗା ହୋଇଗଲେ। ବର୍ଣ୍ଣ‌ବ୍‌‌ବା ମାର୍କଙ୍କୁ ନେଇ ଜଳ ପଥରେ କୂପ୍ର ଉପଦ୍ୱୀପକୁ ଗ୍ଭଲିଗଲେ।


ସ୍ତିଫାନ ମୃତ ହେବାପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ୱାସୀମାନେ ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। ସେମାନଙ୍କ ମଧ୍ୟରୁ କେତେଜଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସେଠାରେ ସେମାନେ ଯିହୂଦୀମାନଙ୍କ ବ୍ୟତୀତ ଅନ୍ୟ କାହାରି ନିକଟରେ ସୁସମାଗ୍ଭର ପ୍ରଗ୍ଭର କଲେ ନାହିଁ।


ତେଣୁ ପିତର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେବା ପାଇଁ କର୍ଣ୍ଣୀଲିୟ, ତାହାଙ୍କର ଆତ୍ମୀୟସ୍ୱଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ। ତା'ପରେ ଲୋକମାନେ ପିତରଙ୍କୁ ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ଅନୁରୋଧ କଲେ।


ତହିଁ ଆରଦିନ ସେ କାଇସରୀଆ ନଗରରେ ପହଞ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଟ ବନ୍ଧୁମାନଙ୍କୁ ଡକେଇ ସେମାନଙ୍କ ଅପେକ୍ଷାରେ ଥିଲେ।


କିନ୍ତୁ ଫିଲି‌ପ୍‌ପ ଅ‌ଷ୍‌‌ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।


ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣ‌ବ୍‌‌ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ।


ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସେମାନଙ୍କୁ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଗ୍ଭର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ୱାସ କରି ପାରନ୍ତି, ଏଥିନିମନ୍ତେ ପରମେଶ୍ୱର ବହୁ ପୂର୍ବରୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ ବାଛିଥିଲେ।


Swiv nou:

Piblisite


Piblisite