Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:18 - ପବିତ୍ର ବାଇବଲ

18 ତା’ ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗରେ ଯାକୁବଙ୍କୁ ଭେଟିବାକୁ ଗଲେ। ସବୁ ପ୍ରାଚୀନ ଲୋକମାନେ ସମସ୍ତେ ସେଠାରେ ଉପସ୍ଥିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସମସ୍ତ ପ୍ରାଚୀନ ସେ ସ୍ଥାନରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

18 ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତହିଁ ଆରଦିନ ପାଉଲ ଆମ ସହିତ ଯାକୁବଙ୍କୁ ଦେଖିବା ପାଇଁ ଗଲେ; ମଣ୍ଡଳୀର ସମସ୍ତ ନେତା ସେଠାରେ ଉପସ୍ଥିତ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।

Gade chapit la Kopi




ପ୍ରେରିତ 21:18
12 Referans Kwoze  

ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସେଠାରୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ରେରିତଙ୍କୁ ଦେଖା କଲି ନାହିଁ।


ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣ‌ବ୍‌‌‌‌ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣ‌ବ୍‌‌‌‌ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”


ସେମାନେ କହିବାପରେ ଯାକୁବ ଉତ୍ତର ଦେଲେ, “ଭାଇମାନେ, ମୋ’ କଥା ଶୁଣ।


ସେମାନେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଦେଲେ। ଶାଉଲ ଓ ବର୍ଣ୍ଣ‌ବ୍‌‌ବା ତାହା ଆଣି ଯିହୂଦାର ପ୍ରାଚୀନ ବ୍ୟକ୍ତିମାନଙ୍କ ହାତରେ ଅର୍ପଣ କଲେ।


ମୁଁ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଯାକୁବ, ସାରା ପୃଥିବୀରେ ବ୍ୟାପି ହୋଇ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।


ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।


ସେମାନେ ତାହାଙ୍କ ହାତରେ ଏହି ଚିଠିଟି ଦେଲେ: ଆନ୍ତିୟଖିଆ, ସୁରିଆ, କିଲିକିଆସ୍ଥ ଅନ୍ୟଜାତୀୟ ବିଶ୍ୱାସୀ ଭାଇମାନଙ୍କୁ ପ୍ରେରିତ, ପ୍ରାଚୀନ ଓ ଅନ୍ୟ ଭାଇମାନଙ୍କର ନମସ୍କାର।


ପ୍ରେରିତ ଓ ପ୍ରାଚୀନମାନେ ଏ ସମସ୍ୟା ଉପରେ ବିଗ୍ଭର କରିବା ପାଇଁ ଏକତ୍ରିତ ହେଲେ।


ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ରାଜି ନହୋଇ ବହୁତ ଯୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଗ୍ଭର ଆଲୋଚନା ଲାଗି ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟ କେତେକଙ୍କୁ ଯିରୁଶାଲମରେ ପ୍ରେରିତ ଓ ପ୍ରାଚୀନମାନଙ୍କ ପାଖକୁ ଯିବା ପାଇଁ ନିଯୁକ୍ତି ଦିଆଗଲା।


ପିତର ସେମାନଙ୍କୁ ହାତରେ ଠାରି ଚୁ‌ପ୍‌ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସେମାନଙ୍କୁ ବୁଝାଇ କହିଲେ। ସେ ଏ ବିଷୟରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣେଇବା ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ।


ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି: ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।


ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି।


Swiv nou:

Piblisite


Piblisite