Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:32 - ପବିତ୍ର ବାଇବଲ

32 ସେ ସଙ୍ଗେ ସଙ୍ଗେ କେତେକ ସୈନ୍ୟ ଓ ଅଧିକାରୀମାନଙ୍କ ସହିତ ଆସି ପହଞ୍ଚିଲେ। ସେ ପାଉଲଙ୍କୁ ହତ୍ୟା କରିବାକୁ ଉଦ୍ୟମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସେମାନେ ସେନାପତି ଓ ସୈନ୍ୟସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତସେନାପତିମାନଙ୍କୁ ଘେନି ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ରସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବାରୁ କ୍ଷା; ହେଲେ।

Gade chapit la Kopi

ଓଡିଆ ବାଇବେଲ

32 ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ । ସେମାନେ ସହସ୍ର ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 କିନ୍ତୁ ଠିକ୍ ସେତିକିବେଳେ ସମଗ୍ର ଯିରୂଶାଲମରେ ହିଂସାକାଣ୍ଡ ଚାଲିଛି ବୋଲି ରୋମୀୟ ସୈନ୍ୟାଧ୍ୟକ୍ଷ ସମ୍ବାଦ ପାଇ କେତେକ ସେନାପତି ଓ ସୈନ୍ୟଙ୍କୁ ନେଇ ଘଟଣା ସ୍ଥଳରେ ଆସି ପହଞ୍ଚିଗଲେ। ଲୋକମାନେ ସୈନ୍ୟାଧ୍ୟକ୍ଷ ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ଆଉ ମାଡ଼ ନ ମାରି ଛାଡ଼ି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତ-ସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ର-ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ।

Gade chapit la Kopi




ପ୍ରେରିତ 21:32
8 Referans Kwoze  

ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ।


ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକି ନେଇ ପ୍ରହାର କଲେ। ସେମାନଙ୍କୁ ଯୀଶୁଙ୍କ ନାମରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା'ପରେ ସେମାନଙ୍କୁ ଛାଡ଼ି ଦେଲେ।


ତୁମ୍ଭେମାନେ କେଉଁ ଅଧିକାରରେ ମୋର ଲୋକମାନଙ୍କୁ ଅତ୍ୟାଗ୍ଭର କଲ? କେଉଁ ଅଧିକାରରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ?” ମୋର ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।


ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା।


“କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରତ୍ୟେକ ସମାଜଗୃହକୁ ଯାଇ ସେଠାରେ ତୁମ୍ଭକୁ ବିଶ୍ୱାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।


ତା'ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ।


ତା'ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।


Swiv nou:

Piblisite


Piblisite