Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:34 - ପବିତ୍ର ବାଇବଲ

34 ଲୋକ ଗହଳି ଭିତରୁ ଲୋକେ ଚିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସେନାପତି ଏପରି କୋଳାହଳ ଦେଖି କାହାର କଥା ସତ୍ୟ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ୟ ନିବାସକୁ ନେଇ ଯିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପଛେ ପଛେ ଚିତ୍କାର କରି ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେଥିରେ ଲୋକସମୂହ ମଧ୍ୟରୁ କେହି କେହି ଏକଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ତଗୋଳର କାରଣ ନିଶ୍ଚୟ ରୂପେ କିଛି ଜାଣି ନ ପାରିବାରୁ ତାଙ୍କୁ ଗଡ଼କୁ ଘେନିଯିବା ନିମନ୍ତେ ଆଦେଶ ଦେଲେ।

Gade chapit la Kopi

ଓଡିଆ ବାଇବେଲ

34 ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏକଥା, କେହି କେହି ସେ କଥା କହି ଚିତ୍କାର କରିବାକୁ ଲାଗିଲେ । ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଲୋକଗହଳି ମଧ୍ୟରୁ କିଏ କେତେ ପ୍ରକାର କଥା କହି ଚିକ୍ରାର କଲେ। ଏପରି ବିଶୃଙ୍ଖଳା ହେଲା ଯେ, ସୈନ୍ୟାଧ୍ୟକ୍ଷ ପ୍ରକୃତ ଘଟଣା କଅଣ, କିଛି ବୁଝିପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ଦୁର୍ଗ ଭିତରକୁ ନେଇ ଯିବା ପାଇଁ ସୈନିକମାନଙ୍କୁ ଆଦେଶ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏ କଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାହାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ।

Gade chapit la Kopi




ପ୍ରେରିତ 21:34
8 Referans Kwoze  

ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।


ଏହି ସମୟ ଭିତରେ ନାନା ଲୋକ ନାନା କଥା କହିଲେ ଓ ପାଟିକଲେ। ଅଧିକାଂଶ ଲୋକମାନେ ସେମାନଙ୍କର ଏକାଠି ହେବାର କାରଣ ଜାଣି ନ ଥିଲେ। ଏହା ଫଳରେ ସଭାରେ ପାଟିତୁଣ୍ଡ ହେଉଥିଲା।


ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ।


ତା'ପରେ ସେନାପତି ପାଉଲଙ୍କୁ ସୈନ୍ୟ ନିବାସ ଭିତରକୁ ନେଇଯିବା ପାଇଁ ଆଦେଶ ଦେଲେ। କାହିଁକି ଲୋକମାନେ ତାହାଙ୍କ ବିରୁଦ୍ଧରେ ଏଭଳି ପାଟିତୁଣ୍ଡ କରୁଥିଲେ, ତାହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ପାଉଲଙ୍କୁ ପଗ୍ଭରିବା ନିମନ୍ତେ ସେ ସୈନିକମାନଙ୍କୁ ଆଦେଶ ଦେଲେ।


ସେନାନିବାସକୁ ନେବା ସମୟରେ ସେନାପତିଙ୍କୁ ପାଉଲ ପଗ୍ଭରିଲେ, “ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?” ସେନାପତି ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ରୀକ୍ ଭାଷା ଜାଣ?


ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।


କିନ୍ତୁ ମୁଁ ପ୍ରକୃତରେ ଜାଣି ପାରୁ ନାହିଁ, ସମ୍ରାଟଙ୍କୁ ତା’ ବିଷୟରେ କ’ଣ ଲେଖିବି? ତେଣୁ ମୁଁ ତାକୁ ଆପଣମାନଙ୍କ ପାଖକୁ ଓ ହେ ରାଜା ଆଗ୍ରି‌‌ପ୍‌‌ପା ବିଶେଷକରି ଆପଣଙ୍କ ପାଖକୁ ଆଣିଛି। ମୋର ଆଶା, ଆପଣ ତାକୁ ପ୍ରଶ୍ନ ପଗ୍ଭରି ପାରିବେ, ଓ କାଇସରଙ୍କୁ ଲେଖିବା ପାଇଁ ମୋତେ କିଛି କହିବେ।


ତହିଁ ଆରଦିନ ପାଉଲଙ୍କୁ କାଇସରୀଆରେ ପହଞ୍ଚାଇବାର ଦାୟିତ୍ୱ ଅଶ୍ୱାରୋହୀମାନଙ୍କୁ ଦେଇ ପଦାତିକ ସୈନ୍ୟମାନେ ସୈନ୍ୟ ନିବାସକୁ ଫେରି ଆସିଲେ।


Swiv nou:

Piblisite


Piblisite