Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:9 - ପବିତ୍ର ବାଇବଲ

9 ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାଙ୍କର ଚାରି ଜଣ କୁମାରୀ କନ୍ୟା ଥିଲେ, ସେମାନେ ଭାବବାଦିନୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତାଙ୍କର ଚାରିଜଣ ଅବିବାହିତା ଝିଅ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।

Gade chapit la Kopi




ପ୍ରେରିତ 21:9
13 Referans Kwoze  

“ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି। ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟ‌ଦ୍‌ବାଣୀ କହି ପାରିବେ। ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।


କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା'ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟ‌ଦ୍‌ବକ୍ତ୍ରୀ ବୋଲି କହେ। ସେ ତା'ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।


ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟ‌ଦ୍‌ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ।


“ଏହା ପରେ ସବୁପ୍ରକାର ଲୋକଙ୍କ ଉପରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ୟାଗଣ ସଦାପ୍ରଭୁଙ୍କର ଭବିଷ୍ୟତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ ଓ ତୁମ୍ଭର ଯୁବକଗଣ ଦର୍ଶନ ଲାଭ କରିବେ।


ଏହା ପରେ ହାରୋଣର ଭଉଣୀ, ଭବିଷ୍ୟ‌ଦ୍‌ବକ୍ତ୍ରୀ ମରିୟମ ଦାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିୟମ ପୁନରାବୃତ୍ତି କଲେ।


ଆନ୍ତିୟଖିଆ ମଣ୍ଡଳୀରେ କେତେକ ଭବିଷ୍ୟ‌ଦ୍‌ବକ୍ତା ଓ ଶିକ୍ଷକ ଥିଲେ। ସେମାନେ ହେଲେ, ବର୍ଣ୍ଣ‌ବ୍‌‌ବା, ଶିମିୟୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୂରୀଣୀୟ, ଲୂକିୟ, ମନହେମ୍ ଯିଏ ହେରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।


ହେ ପରମେଶ୍ୱର, ଟୋବିୟ ଓ ସ‌ନ୍‌ବଲ୍ଲ‌‌‌ଟ୍‌‌ ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ୟ‌ଦ୍‌ବକ୍ତା ନୋୟଦିୟା ସହିତ ଅନ୍ୟ ଯାଜକମାନେ ମୋତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ।


ଏଣୁ ହି‌ଲ୍‌‌‌କିୟ ଯାଜକ, ଅହୀକାମ୍, ଅ‌କ୍‌ବୋର, ଶାଫନ ଓ ଅସାୟ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତି‌କ୍‌ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲଦା ଭବିଷ୍ୟ‌ଦ୍‌ବକ୍ତା ନିକଟକୁ ଗଲେ। ଯିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ଯିରୁଶାଲମର ଦ୍ୱିତୀୟ କୋଠରୀରେ ବାସ କରୁଥିଲା। ସେମାନେ ତା’ ସହିତ କଥାବାର୍ତ୍ତା ହେଲେ।


ସେହି ସମୟରେ ଦବୋରା ନାମକ ଜଣେ ଭବିଷ୍ୟ‌ଦ୍‌ବକ୍ତ୍ରୀ ଥିଲେ। ସେ ଲ‌ପ୍‌ପିଦୋତର ସ୍ତ୍ରୀ ଥିଲେ। ସେ ଇସ୍ରାଏଲର ଲୋକମାନଙ୍କ ଉପରେ ବିଗ୍ଭରପତି ହେଲେ।


ଅତଏବ ଯିଏ ନିଜର କୁମାରୀ କନ୍ୟାର ବିବାହ କରାଉଛି, ସେ ଭଲ କରୁଛି ଓ ଯିଏ କୁମାରୀ କନ୍ୟାର ବିବାହ କରାଉ ନାହିଁ, ସେ ଅଧିକ ଭଲ କରୁଛି।


ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି, ସେମାନଙ୍କ ବିରୁଦ୍ଧରେ ତୁମ୍ଭ ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କୁହ,


Swiv nou:

Piblisite


Piblisite