Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:18 - ପବିତ୍ର ବାଇବଲ

18 ସେହି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମୋତେ କହିଲେ, ‘ତୁମ୍ଭେ ସଙ୍ଗେ ସଙ୍ଗେ ଯିରୁଶାଲମ ଛାଡ଼ିଦିଅ, କାରଣ ତୁମ୍ଭେ ମୋ’ ବିଷୟରେ ଯାହା କହିବ, ସେମାନେ ଗ୍ରହଣ କରିବେ ନାହିଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେ ମୋତେ କହିଲେ, ବିଳମ୍ଵ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ପ୍ରଭୁଙ୍କର ଦର୍ଶନ ପାଇଲି। ସେ ମୋତେ କହିଲେ, ‘ଶୀଘ୍ର ଯିରୂଶାଲମ ପରିତ୍ୟାଗ କର, କାରଣ ଏଠାକାର ଲୋକମାନେ ମୋ’ ସମ୍ବନ୍ଧରେ ତୁମର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”

Gade chapit la Kopi




ପ୍ରେରିତ 22:18
7 Referans Kwoze  

ସେତେବେଳେ ଯିହୂଦାର ଲୋକେ ପର୍ବତ ଆଡ଼କୁ ପଳାଇଯିବା ଉଚିତ୍। ଯିରୁଶାଲମ ନଗର ଭିତରେ ଥିବା ଲୋକେ ଯଥାଶୀଘ୍ର ନଗର ଛାଡ଼ି ଗ୍ଭଲିଯିବା ଉଚିତ୍। ଜଣେ ଯଦି ନଗର ବାହାରେ ଥିବ, ତେବେ ସେ ନଗର ଭିତରକୁ ଯିବା ଉଚିତ୍ ନୁହେଁ।


ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।


ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ।


ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ।


ଏଥିପାଇଁ ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ପାଖକୁ ଫେରି ଆସ, ତେବେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରିଦେବେ।


ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି। ମୁଁ ଜଣେ ପ୍ରେରିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମୋ’ କାର୍ଯ୍ୟର ଫଳ ସ୍ୱରୂପ ତୁମ୍ଭେମାନେ ପରିବର୍ତ୍ତିତ ହୋଇଛ।


Swiv nou:

Piblisite


Piblisite