ପ୍ରେରିତ 23:1 - ପବିତ୍ର ବାଇବଲ1 ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଆଉ, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭ୍ରାତୃବୃନ୍ଦ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ଵରଙ୍କ ସାକ୍ଷାତରେ ଆଚାରବ୍ୟବହାର କରି ଆସିଅଛି। Gade chapit laଓଡିଆ ବାଇବେଲ1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି । Gade chapit laପବିତ୍ର ବାଇବଲ (CL) NT (BSI)1 ପାଉଲ ମହାସଭା ଆଡ଼କୁ ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ! ଆଜି ପର୍ଯ୍ୟନ୍ତ ଈଶ୍ୱରଙ୍କ ସମ୍ମୁଖରେ ମୁଁ କି ପ୍ରକାର ଜୀବନ କାଟିଛି, ସେ ବିଷୟରେ ମୋର ବିବେକ ସଂପୂର୍ଣ୍ଣ ନିର୍ମଳ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି। Gade chapit la |
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।
ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।
ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”