Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:11 - ପବିତ୍ର ବାଇବଲ

11 ସେହି ରାତିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ସାହସୀ ହୁଅ। ତୁମ୍ଭେ ମୋ’ ବିଷୟରେ ଯିରୁଶାଲମରେ ଯେପରି ସାକ୍ଷ୍ୟ ଦେଇଛ ଠିକ୍ ସେହିପରି ରୋମରେ ମଧ୍ୟ ଦେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପରରାତ୍ରରେ ପ୍ରଭୁ ତାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

11 ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେହି ରାତ୍ରିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ଭୟ କର ନାହିଁ! ତୁମେ ଏଠାରେ ଯିରୂଶାଲମରେ ମୋ’ ପାଇଁ ସାକ୍ଷ୍ୟ ଦେଇଛ। ରୋମ୍ରେ ମଧ୍ୟ ତୁମେ ନିଶ୍ଚୟ ସେହିପରି ସାକ୍ଷ୍ୟ ଦେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”

Gade chapit la Kopi




ପ୍ରେରିତ 23:11
27 Referans Kwoze  

ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାୟା ବାଟ ଦେଇ ଯିରୁଶାଲମ ଯିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, “ଯିରୁଶାଲମ ଗଲାପରେ ମୁଁ ରୋମକୁ ଯିବା କଥା।”


ଦିନେ ରାତିରେ ପ୍ରଭୁ ପାଉଲଙ୍କୁ ସ୍ୱପ୍ନରେ କହିଲେ, “ଭୟ କର ନାହିଁ। ନୀରବ ରୁହ ନାହିଁ। କଥା କୁହ।


ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।


ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ କହିଲେ, “ସାହସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।”


ସମଗ୍ର ପ୍ରହରୀ ଦଳ ଓ ଅନ୍ୟ ଲୋକମାନେ ଜାଣନ୍ତି ଯେ ମୁଁ ଖ୍ରୀଷ୍ଟଙ୍କ ଜଣେ ବିଶ୍ୱାସୀ ହୋଇଥିବାରୁ ବନ୍ଦୀଘରେ ରଖାଯାଇଛି।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”


ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


ହେ କୀଟରୂପୀ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା” ସଦାପ୍ରଭୁ କୁହନ୍ତି, “ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ସେହି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମୋତେ କହିଲେ, ‘ତୁମ୍ଭେ ସଙ୍ଗେ ସଙ୍ଗେ ଯିରୁଶାଲମ ଛାଡ଼ିଦିଅ, କାରଣ ତୁମ୍ଭେ ମୋ’ ବିଷୟରେ ଯାହା କହିବ, ସେମାନେ ଗ୍ରହଣ କରିବେ ନାହିଁ।’


“କିନ୍ତୁ ମୁଁ ବର୍ତ୍ତମାନ ପବିତ୍ରଆତ୍ମାଙ୍କର ବାଧ୍ୟ ହୋଇ ଯିରୁଶାଲମକୁ ଯାଉଛି। ମୁଁ ଜାଣି ନାହିଁ, ମୋର ସେଠାରେ କ’ଣ ହେବ।


ଦାଉଦ ତାହାଙ୍କ ବିଷୟରେ କହିଥିଲେ, ‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି। ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି।


“ମୋ'ଠାରେ ତୁମ୍ଭେମାନେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲି। ଏହି ଜଗତରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହସୀ ହୁଅ ମୁଁ ଜଗତକୁ ଜୟ କରିଛି।”


“ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡ଼ିଯିବି ନାହିଁ। ମୁଁ ତୁମ୍ଭ ପାଖକୁ ଫେରି ଆସିବି।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


“ଶେଷରେ କ’ଣ ଘଟିବ ଆମ୍ଭେ ଆଦ୍ୟରୁ କହିଥାଉ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ୟ ସାଧିତ ହେବ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।


କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି, ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।


ମୋର ପାଞ୍ଚ ଜଣ ଭାଇ ଅଛନ୍ତି। ଲାଜାର ମୋର ଭାଇମାନଙ୍କୁ ସତର୍କ କରାଇ ଦେବ। ତା'ହେଲେ ସେମାନେ ଏ ଯନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।’


କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ।


ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି। ମୁଁ ଜଣେ ପ୍ରେରିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମୋ’ କାର୍ଯ୍ୟର ଫଳ ସ୍ୱରୂପ ତୁମ୍ଭେମାନେ ପରିବର୍ତ୍ତିତ ହୋଇଛ।


Swiv nou:

Piblisite


Piblisite