Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:15 - ପବିତ୍ର ବାଇବଲ

15 ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅତଏବ, ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ରସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।

Gade chapit la Kopi

ଓଡିଆ ବାଇବେଲ

15 ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର ସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ତାଙ୍କ ବିଷୟରେ ଅଧିକ ସଠିକ୍ ତଥ୍ୟ ଜାଣିବାର ଆଳ ଦେଖାଇ ମହାସଭା ସମ୍ମୁଖରେ ଓ ଆପଣମାନଙ୍କ ନିକଟରେ ପାଉଲଙ୍କୁ ଆଉ ଥରେ ଉପସ୍ଥିତ କରାଇବା ପାଇଁ ରୋମୀୟ ସେନାଧ୍ୟକ୍ଷଙ୍କୁ ନିବେଦନ କରନ୍ତୁ। କିନ୍ତୁ ସେ ଏଠାକୁ ଆସିବା ପୂର୍ବରୁ ବାଟରେ ଆମେ ତାଙ୍କୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ରହିବୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।

Gade chapit la Kopi




ପ୍ରେରିତ 23:15
14 Referans Kwoze  

ସେମାନଙ୍କର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସେମାନେ ନିର୍ଦ୍ଦୋଷରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା। ସେମାନଙ୍କ ପଥରେ ଧ୍ୱଂସ ଓ ବିନାଶ ଥାଏ।


ସେହି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥା’ନ୍ତି। ସେମାନେ ସର୍ବଦା ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।


ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।


ମନ୍ଦ ଲୋକମାନେ ମନ୍ଦକାର୍ଯ୍ୟ ନ କଲା ପର୍ଯ୍ୟନ୍ତ ସେମାନଙ୍କୁ ନିଦ ହୁଏ ନାହିଁ। ଯଦି ସେମାନେ କାହାକୁ ଆଘାତ ନ କରନ୍ତି, ସେମାନେ ଶୟନ କରିବେ ନାହିଁ।


କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।


ସେମାନେ ପାଉଲଙ୍କୁ ଯିରୁଶାଲମକୁ ପଠାଇଦେବା ପାଇଁ ତାହାଙ୍କୁ ଅନୁରୋଧ କଲେ। କାରଣ ସେମାନେ ତାହାଙ୍କୁ ରାସ୍ତାରେ ହତ୍ୟା କରିବାର ଷଡ଼ଯନ୍ତ୍ର କରିଥିଲେ।


ତା'ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।


ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।”


ସଭାରେ ସେମାନଙ୍କ ଭିତରୁ କେତେକ ଲୋକ ସାଦ୍ଦୂକୀ ଓ ଅନ୍ୟ କେତେକ ଫାରୂଶୀ ମଧ୍ୟ ଥିଲେ। ଏହା ପାଉଲ ଜାଣି ପାରିଲେ। ତେଣୁ ସେ ଖୁବ୍ ଜୋ‌ର୍‌‌ରେ କହିଲେ, “ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମୋ’ ପିତା ମଧ୍ୟ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌ତ୍‌ଥାନରେ ବିଶ୍ୱାସ କରେ। ଏହି ବିଶ୍ୱାସ ପାଇଁ ମୁଁ ଆଜି ଏଠାରେ ଏହି ବିଗ୍ଭରର ସମ୍ମୁଖୀନ ହେଉଛି।”


ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର। ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ଦୟାକରି ମୋର ଭଉଣୀ ତାମରକୁ ମୋ’ ପାଖକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦିଅନ୍ତୁ। ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”


Swiv nou:

Piblisite


Piblisite