Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:3 - ପବିତ୍ର ବାଇବଲ

3 ପାଉଲ ହନାନିୟଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ମଧ୍ୟ ଆଘାତ କରିବେ। ତୁମ୍ଭେ ଗୋଟିଏ ମଇଳା କାନ୍ଥ ପରି ଯାହା ଉପରେ ଧଳା ରଙ୍ଗ ବୋଳା ଯାଇଛି। ତୁମ୍ଭେ ବ୍ୟବସ୍ଥା ଅନୁଯାୟୀ ମୋର ନ୍ୟାୟ କରିବା ପାଇଁ ବସିଛି, କିନ୍ତୁ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ ଦେବା ପାଇଁ ଆଦେଶ ଦେଉଛ। ଏହା ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ପାଉଲ ତାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ଵର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ୱର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପାଉଲ ତାହାଙ୍କୁ କହିଲେ, “ହେ ଚୂନ ବୋଳା ଧବଳ ପ୍ରାଚୀର, ପ୍ରଭୁ ନିଶ୍ଚୟ ତୁମକୁ ଆଘାତ କରିବେ। ଆଇନ ଅନୁଯାୟୀ ମୋର ବିଚାର କରିବାକୁ ତୁମେ ସେଠାରେ ବସିଛ, ଅଥଚ ମୋତେ ଆଘାତ କରିବା ପାଇଁ ଆଦେଶ ଦେଇ ତୁମେ ଆଇନ ଭଙ୍ଗ କରୁଛ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?

Gade chapit la Kopi




ପ୍ରେରିତ 23:3
14 Referans Kwoze  

ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”


ପରମେଶ୍ୱର କୃତ୍ତିକାକାର ଓ ମୃଗଶୀର୍ଷ ସୃଷ୍ଟି କଲେ। ସେ ଅନ୍ଧକାରକୁ ପ୍ରଭାତ ଆଲୋକରେ ପରିଣତ କଲେ। ସେ ମଧ୍ୟ ଦିନକୁ ରାତ୍ରିରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ୱାନ କରନ୍ତି ଓ ପୃଥିବୀ ଉପରେ ଢାଳନ୍ତି। ତାଙ୍କର ନାମ ଯିହୋବାଃ। ସେ କୌଣସି ଶକ୍ତିଶାଳୀ ନଗରକୁ ବା ଦୁର୍ଗକୁ ଧ୍ୱଂସ କରି ପାରନ୍ତି।” ତୁମ୍ଭେମାନେ ଅମୃତକୁ ବିଷରେ ପରିଣତ କରିଛ। ଧାର୍ମିକତାର ଅଧଃପତନ ପାଇଁ ତୁମ୍ଭେମାନେ ଦାୟୀ।


ପୁଣି ଥରେ ମୁଁ ସୂର୍ଯ୍ୟ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ୟାୟ ସ୍ଥାନରେ, ଦୁଷ୍ଟତା ସେଠାରେ ଥିଲା, ଏବଂ ଯେଉଁଠାରେ ଧାର୍ମିକତା ରହିବା ଉଚିତ୍ ଥିଲା, ସେଠାରେ ଜଣେ ଦୁରାଗ୍ଭର ଥିଲା।


ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ। ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।


“ତୁମ୍ଭେମାନେ ବିଗ୍ଭର କଲାବେଳେ କିମ୍ବା ମାପ କି ତୌଲ କଲାବେଳେ ଅଧର୍ମ କରିବ ନାହିଁ।


“ତୁମ୍ଭେମାନେ ବିଗ୍ଭରରେ ପକ୍ଷପାତ କରିବ ନାହିଁ, ତୁମ୍ଭେମାନେ ଦରିଦ୍ର ପ୍ରତି ସ୍ୱତନ୍ତ୍ର ସୁବିଧା ଦେବ ନାହିଁ କିମ୍ବା ବିଗ୍ଭରରେ ଧନୀ ପ୍ରତି ଅଧିକ ଗୁରୁତ୍ୱ ଦେବ ନାହିଁ। ତୁମ୍ଭର ପଡ଼ୋଶୀମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରିବ।


ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।


ତହିଁରେ କନାନାର ପୁତ୍ର ସିଦିକିୟ ମୀଖାୟର ଗାଲରେ ଏକ ଗ୍ଭପୁଡ଼ା ମାରି କହିଲା, “ତୁମ୍ଭେ ଭାବୁଛ କି ସଦାପ୍ରଭୁଙ୍କ ଆତ୍ମା ମୋତେ ଛାଡ଼ି ଦେଇଛନ୍ତି ଓ ବର୍ତ୍ତମାନ ତୁମ୍ଭ ମାଧ୍ୟମରେ କହୁଛନ୍ତି, ତୁମ୍ଭକୁ କିପରି କହିଲେ?”


ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।”


Swiv nou:

Piblisite


Piblisite