Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:5 - ପବିତ୍ର ବାଇବଲ

5 ପାଉଲ ଉତ୍ତର ଦେଲେ, “ଭାଇମାନେ, ମୁଁ ତାହାଙ୍କୁ ମହାଯାଜକ ବୋଲି ଜାଣି ନ ଥିଲି। ଏହା ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭର ନିଜ ଲୋକଙ୍କ ନେତା ବିଷୟରେ ଖରାପ କଥା କହିବା ଉଚିତ୍ ନୁହେଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ପାଉଲ କହିଲେ, ଭ୍ରାତୃବୃନ୍ଦ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପାଉଲ ଉତ୍ତର ଦେଲେ, “ହେ ଇଶ୍ରାଏଲୀୟ ଭାଇମାନେ, ସେ ପ୍ରଧାନ ଯାଜକ ବୋଲି ମୁଁ ଜାଣି ନ ଥିଲି। ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ତୁମେ ନିଜ ଜାତିର ଶାସକଙ୍କ ଗ୍ଳାନି କର ନାହିଁ’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।

Gade chapit la Kopi




ପ୍ରେରିତ 23:5
6 Referans Kwoze  

“ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ୱରଙ୍କୁ। ଏବଂ ତୁମ୍ଭର କୌଣସି ଅଧ୍ୟକ୍ଷଙ୍କୁ ଶାପ ଦେବ ନାହିଁ।


ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ୟ ଦିଅ ନାହିଁ। ଆଉ ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ। କାରଣ ଏକ ଛୋଟ ପକ୍ଷୀ ସେହି ବାର୍ତ୍ତା ନେଇଯିବ ଓ ସେ କଥା ଉତ୍ତର ଦେବ।


ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ଯ୍ୟ କରି ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କର୍ତ୍ତୃତ୍ୱକୁ ଅବମାନନା କରନ୍ତି, ସେମାନେ ଏଭଳି ଦଣ୍ଡର ଯୋଗ୍ୟ। ଏହି ଭଣ୍ଡ ଶିକ୍ଷକମାନେ ମନମୁତାବକ କାର୍ଯ୍ୟ କରନ୍ତି ଓ ଆପଣା ବିଷୟରେ ଗର୍ବର କଥା କହନ୍ତି। ସେମାନେ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ମନ୍ଦ କଥା କହିବାକୁ ଭୟ କରନ୍ତି ନାହିଁ।


“ମୁଁ ବହୁତ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରୁ ଦୂରରେ ଥିଲି। ତା'ପରେ ମୋ’ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାଯ୍ୟ ଦେବା ପାଇଁ ଓ ପରମେଶ୍ୱରଙ୍କ ପାଖରେ ଦାନ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ଫେରିଲି।


ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।”


Swiv nou:

Piblisite


Piblisite