ପ୍ରେରିତ 24:14 - ପବିତ୍ର ବାଇବଲ14 “କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ ‘ଦଳ’ ବୋଲି କହନ୍ତି, ସେହି ମତାନୁଯାୟୀ ମୁଁ ମୋର ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ଉପାସନା କରେ। କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଯାହାସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହାସବୁ ଲେଖାଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ୱାସ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵରଙ୍କର ଉପାସନା କରିଥାଏ; ଯାହା ଯାହା ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀ ଶାସ୍ତ୍ରରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ଵାସ କରେ; Gade chapit laଓଡିଆ ବାଇବେଲ14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ; Gade chapit laପବିତ୍ର ବାଇବଲ (CL) NT (BSI)14 ଅବଶ୍ୟ ମୁଁ ଆପଣଙ୍କ ନିକଟରେ ସ୍ୱୀକାର କରୁଛି ଯେ, ଯେଉଁ ମାର୍ଗକୁ ଅନୁସରଣ କରି ମୁଁ ଆମ ପୂର୍ବପୁରୁଷମାନଙ୍କ ଈଶ୍ୱରଙ୍କୁ ଆରାଧନା କରୁଛି। କିନ୍ତୁ ମୁଁ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ସମସ୍ତ ବିଷୟ ବିଶ୍ୱାସ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ; Gade chapit la |
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।
ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’
ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।