Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:13 - ପବିତ୍ର ବାଇବଲ

13 ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହେ ରାଜନ୍, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ, ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶମାନ ହେବାର ଦେଖିଲି।

Gade chapit la Kopi

ଓଡିଆ ବାଇବେଲ

13 ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ହେ ରାଜନ୍, ହଠାତ୍ ଦିନେ ମଧ୍ୟାହ୍ନ ସମୟରେ ରାଜପଥ ଉପରେ ମୁଁ ସୂର୍ଯ୍ୟାଲୋକଠାରୁ ଏକ ଅଧିକ ତେଜୋମୟ ଆଲୋକ ଦେଖିଲି, ଆକାଶରୁ ସେହି ଆଲୋକ ଆସି ମୋର ଓ ମୋ’ ସହଯାତ୍ରୀମାନଙ୍କ ଚତୁର୍ଦ୍ଦିଗରେ ଉଦ୍ଭାସିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।

Gade chapit la Kopi




ପ୍ରେରିତ 26:13
10 Referans Kwoze  

ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା।


ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।


ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀ‌କ୍ଷ୍‌ଣ ଦୁଇଧାର ଯୁକ୍ତ ଖ‌‌ଡ଼୍‌ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ।


“ମୁଁ ଦମ୍ମେସକର ନିକଟବର୍ତ୍ତୀ ହେଲାବେଳେ ହଠାତ୍ ଗୋଟିଏ ଘଟଣା ଘଟିଲା। ଦମ୍ମେସକରେ ପହଞ୍ଚିବା ବେଳେ ପ୍ରାୟ ଦ୍ୱିପ୍ରହର ହୋଇଥିଲା। ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଉଜ୍ଜ୍ୱଳ ଆଲୋକ ମୋ’ ଗ୍ଭରିପାଖରେ ପ୍ରକାଶିତ ହେଲା।


ସେ ଦମ୍ମେସକ ନିକଟକୁ ଆସିଲେ। ହଠାତ୍ ସ୍ୱର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଗ୍ଭରିପଟେ ଉ‌ଦ୍‌ଭାସିତ ହୋଇଗଲା।


ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସେହି ଦିନ ଚନ୍ଦ୍ରର ଦୀପ୍ତି ସୂର୍ଯ୍ୟର ଦୀପ୍ତିପରି ଉଜ୍ଜ୍ୱଳ ହେବ। ପୁଣି ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତିତୁଲ୍ୟ ସାତଗୁଣ ଉଜ୍ଜ୍ୱଳ ଦେଖାଯିବ।


ସେତେବେଳେ ସଦାପ୍ରଭୁ ସିୟୋନ ପର୍ବତ ଉପରେ ଯିରୁଶାଲମରେ ପ୍ରାଚୀନବର୍ଗ ସମ୍ମୁଖରେ ରାଜତ୍ୱ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ୱିତ ହେବ ଯେ ଚନ୍ଦ୍ର ତାର ନିକଟରେ ଅପ୍ରସ୍ତୁତ ହେବେ ଓ ସୂର୍ଯ୍ୟ ଲଜ୍ଜିତ ହେବେ।


ମୋ’ ସହିତ ଥିବା ଲୋକମାନେ ମଧ୍ୟ ସେହି ଆଲୋକ ଦେଖି ପାରିଲେ। କିନ୍ତୁ ସେମାନେ ମୋତେ କୁହାଯିବା ବାକ୍ୟ ଶୁଣି ବୁଝି ପାରିଲେ ନାହିଁ।


“ଥରେ ମୁଖ୍ୟ ଯାଜକମାନେ ମୋତେ ଦମ୍ମେସକ ନଗରକୁ ଯିବା ପାଇଁ ଅନୁମତି ଓ କ୍ଷମତା ଦେଲେ।


ଆମେ ସମସ୍ତେ ତଳେ ପଡ଼ିଗଲୁ। ସେତେବେଳେ ମୁଁ ଏବ୍ରୀ ଭାଷାରେ ଗୋଟିଏ ସ୍ୱର ମୋତେ କହୁଥିବାର ଶୁଣିଲି, ‘ଶାଉଲ, ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ? କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭପାଇଁ ଅସମ୍ଭବ ଅଟେ।’


Swiv nou:

Piblisite


Piblisite