Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:14 - ପବିତ୍ର ବାଇବଲ

14 ଆମେ ସମସ୍ତେ ତଳେ ପଡ଼ିଗଲୁ। ସେତେବେଳେ ମୁଁ ଏବ୍ରୀ ଭାଷାରେ ଗୋଟିଏ ସ୍ୱର ମୋତେ କହୁଥିବାର ଶୁଣିଲି, ‘ଶାଉଲ, ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ? କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭପାଇଁ ଅସମ୍ଭବ ଅଟେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋʼ ପ୍ରତି ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର।

Gade chapit la Kopi

ଓଡିଆ ବାଇବେଲ

14 ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ, ପ୍ରତି ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଆମେ ସମସ୍ତେ ଭୂମିଶାୟୀ ହେଲୁ ଏବଂ ହୀବ୍ରୁ ଭାଷାରେ ମୋ’ ପାଇଁ ଉଦ୍ଦିଷ୍ଟ ଏହି ବାଣୀ ଶୁଣିଲି, ‘ଶାଉଲ, ଶାଉଲ! ତୁମେ କାହିଁକି ମୋତେ ତାଡ଼ନା କରୁଛ? ହଳ କରୁଥିବା ଚାଷୀର ପାଞ୍ଚଣ କଣ୍ଟା ମୁନରେ ଗୋଇଠା ମାରୁଥିବା ବଳଦ ପରି ତୁମେ ନିଜେ ଆହତ ହେବ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ ପ୍ରତି ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର।”

Gade chapit la Kopi




ପ୍ରେରିତ 26:14
11 Referans Kwoze  

ପାଉଲ ସେନାପତିଙ୍କଠାରୁ ଅନୁମତି ପାଇ ପାହାଚ ଉପରେ ଠିଆ ହୋଇଗଲେ। ସେ ଲୋକମାନଙ୍କୁ ହାତରେ ସଙ୍କେତ କରିବା ହେତୁ ସମସ୍ତେ ଅତି ଶାନ୍ତ ହୋଇଗଲେ। ତା'ପରେ ସେ ଏବ୍ରୀ ଭାଷାରେ କହିଲେ।


ସେମାନେ ପାଉଲଙ୍କୁ ଯିହୂଦୀ ଭାଷାରେ କହିବାର ଶୁଣି ଆହୁରି ଅଧିକ ଶାନ୍ତ ହୋଇଗଲେ। ତା'ପରେ ପାଉଲ କହିଲେ,


ତାହାଙ୍କ ସହିତ ଯାତ୍ରା କରୁଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇ ଠିଆ ହେଲେ। ସେମାନେ ଏହି କଥା ଶୁଣିଲେ, କିନ୍ତୁ କାହାକୁ ସେଠାରେ ଦେଖିଲେ ନାହିଁ।


ଆମ୍ଭେ କ’ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ? ଆମ୍ଭେ କ’ଣ ତାହାଙ୍କଠାରୁ ଅଧିକ ବଳବାନ? ନା!


“ଦେଖ, ଦେଶସମୂହ ପ୍ରତି ଯିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ଯିରୁଶାଲମ ଅବରୋଧ ହୋଇ ରହିବ।


“ସେ ଆମ୍ଭକୁ ସେହି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫେରାଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭେମାନେ ତାଙ୍କର ଗୌରବ। କାରଣ ଯିଏ ତୁମ୍ଭର କ୍ଷତି କରୁଛି ସେ ସେହି ଲୋକପାଇଁ କ୍ଷତି କରୁଛି ଯିଏ ପରମେଶ୍ୱରଙ୍କ ପାଇଁ ମୂଲ୍ୟବାନ।


ଜଣେ ମନୁଷ୍ୟ ଯିଏ ଭଲ ଉପଦେଶ ଦିଏ ଅନୁଗ୍ରହ ଲାଭ କରେ, କିନ୍ତୁ ପ୍ରତାରକଗଣ ସେମାନଙ୍କୁ ବିପର୍ଯ୍ୟୟକୁ ଆଗେଇ ନିଅନ୍ତି।


ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା।


“ମୁଁ ପଗ୍ଭରିଲି, ‘ପ୍ରଭୁ, ଆପଣ କିଏ?’ “ସେ କହିଲେ, ‘ମୁଁ ସେହି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।’


Swiv nou:

Piblisite


Piblisite