Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:17 - ପବିତ୍ର ବାଇବଲ

17 ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସେମାନଙ୍କର ଆଖି ଖୋଲି ଦେବା ପାଇଁ ମୁଁ ତୁମ୍ଭକୁ ପଠାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସ୍ଵଜାତି ଓ ବିଜାତିମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ଵରଙ୍କ ପ୍ରତି ଫେରନ୍ତି, ପୁଣି ପାପକ୍ଷମା ଓ ଆମ୍ଭଠାରେ ବିଶ୍ଵାସ ଦ୍ଵାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,

Gade chapit la Kopi

ଓଡିଆ ବାଇବେଲ

17 ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ୱରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯେଉଁ ଇହୁଦୀ ଓ ଅଣଇହୁଦୀ ଲୋକମାନଙ୍କ ନିକଟକୁ ମୁଁ ତୁମକୁ ପଠାଇବି, ସେମାନଙ୍କଠାରୁ ମୁଁ ତୁମକୁ ରକ୍ଷା କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,

Gade chapit la Kopi




ପ୍ରେରିତ 26:17
36 Referans Kwoze  

କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି।


ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହୋଇଥିଲି। ମୁଁ ପ୍ରେରିତ ରୂପେ ମଧ୍ୟ ସେଥିପାଇଁ ମନୋନୀତ ହୋଇଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ୟ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହେବା ପାଇଁ ମନୋନୀତ ହୋଇଥିଲି। ବିଶ୍ୱାସ କରିବା ଓ ସତ୍ୟକୁ ଜାଣିବା ପାଇଁ ମୁଁ ସେମାନଙ୍କୁ ଶିକ୍ଷା ଦିଏ।


ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି।


ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ ମୋ’ ପ୍ରତି ନିର୍ଯ୍ୟାତନାଗୁଡ଼ିକ ଓ ମୋର ଦୁଃଖଗୁଡ଼ିକ ବିଷୟରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରାରେ ମୋ’ ପ୍ରତି ଯାହାସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସେହି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ଯ୍ୟାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସେହିସବୁ କଷ୍ଟରୁ ପରମେଶ୍ୱର ମୋତେ ରକ୍ଷା କଲେ।


ସେହି ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହେଲି। ମୁଁ ସୁସମାଗ୍ଭର ପାଇଁ ପ୍ରଗ୍ଭରକ, ପ୍ରେରିତ ଓ ଶିକ୍ଷକ ଭାବେ ମନୋନୀତ ହେଲି।


ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣ‌ବ୍‌‌‌‌ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣ‌ବ୍‌‌‌‌ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”


“ତେଣୁ ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣି ରଖ ଯେ, ପରମେଶ୍ୱର ତାହାଙ୍କର ଏହି ପରିତ୍ରାଣର ସମ୍ବାଦ ଅଣଯିହୂଦୀ ଲୋକମାନଙ୍କ ପାଖକୁ ପଠାଇଛନ୍ତି। ସେମାନେ ତାହାକୁ ଶୁଣିବେ, ପୁଣି ଗ୍ରହଣ କରିବେ।”


ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ, କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।” ଏହା ସଦାପ୍ରଭୁ କହନ୍ତି।


ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।


ସେମାନେ ପାଉଲଙ୍କୁ ଯିରୁଶାଲମକୁ ପଠାଇଦେବା ପାଇଁ ତାହାଙ୍କୁ ଅନୁରୋଧ କଲେ। କାରଣ ସେମାନେ ତାହାଙ୍କୁ ରାସ୍ତାରେ ହତ୍ୟା କରିବାର ଷଡ଼ଯନ୍ତ୍ର କରିଥିଲେ।


ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।”


ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇଦେଲେ, କିନ୍ତୁ ଶୀଲା ଓ ତୀମଥି ସେଠାରେ ରହିଲେ।


ପାଉଲ ଓ ଶୀଲାଙ୍କୁ ଭାଇମାନେ ସେହି ରାତିରେ ସାଙ୍ଗେ ସାଙ୍ଗେ ବେରୟା ନଗରକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।


ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା'ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ।


ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀଲୋକଙ୍କୁ ଓ ନଗରର ମୁଖ୍ୟ ବ୍ୟକ୍ତିମାନଙ୍କୁ ଉତ୍ତେଜିତ କରାଇଲେ। ସେମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବିରୁଦ୍ଧରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସେମାନେ ସେମାନଙ୍କୁ ତାଡ଼ନା କରିବା ଆରମ୍ଭ କଲେ ଓ ସେମାନଙ୍କୁ ସେହି ଅଞ୍ଚଳରୁ ବାହାର କରିଦେଲେ।


ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।


ସଦାପ୍ରଭୁଙ୍କୁ କୁହ, “ହେ ପରମେଶ୍ୱର, ଆମ୍ଭମାନଙ୍କର ଉଦ୍ଧାରକର୍ତ୍ତା, ଆମ୍ଭମାନଙ୍କୁ ଉଦ୍ଧାର କର। ଆମ୍ଭମାନଙ୍କୁ ଏକତ୍ର କର ଓ ଅନ୍ୟ ଦେଶଠାରୁ ଆମ୍ଭମାନଙ୍କୁ ରକ୍ଷା କର। ତେବେ, ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ପ୍ରଶଂସା ଗାନ କରିବା। ତେବେ ଆମ୍ଭେମାନେ ସଙ୍ଗୀତ ଗାନ କରି ତୁମ୍ଭର ପ୍ରଶଂସା କରିବା।”


ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀୟ ନିକଟକୁ ପଠାଉ ନାହୁଁ। ଯାହା ଫଳରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହେବ। ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶ ନିକଟକୁ ପଠାଉଅଛୁ।


Swiv nou:

Piblisite


Piblisite