ପ୍ରେରିତ 26:18 - ପବିତ୍ର ବାଇବଲ18 ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’” Gade chapit laପବିତ୍ର ବାଇବଲ (Re-edited) - (BSI)18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ନୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ। Gade chapit laଓଡିଆ ବାଇବେଲ18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ । Gade chapit laପବିତ୍ର ବାଇବଲ (CL) NT (BSI)18 ତୁମକୁ ସେମାନଙ୍କର ଚକ୍ଷୁ ଖୋଲି ଦେବାକୁ ପଡ଼ିବ ଓ ସେମାନଙ୍କୁ ଅନ୍ଧାରରୁ ଆଲୋକକୁ ଓ ଶୟତାନର କବଳରୁ ପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ହେବ, ଯେପରି ମୋ’ଠାରେ ବିଶ୍ୱାସ କରିବା ଦ୍ୱାରା ସେମାନଙ୍କର ପାପ କ୍ଷମା ହେବ ଓ ପ୍ରଭୁଙ୍କ ମନୋନୀତ ଲୋକମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ’। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।” Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।