Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:4 - ପବିତ୍ର ବାଇବଲ

4 “ସମସ୍ତ ଯିହୂଦୀୟମାନେ ମୋର ସମ୍ପୂର୍ଣ୍ଣ ଜୀବନ ବିଷୟରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶରେ ଓ ପରେ ଯିରୁଶାଲମରେ କିପରି ବାସ କରିଥିଲି, ତାହା ସେମାନେ ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୌବନକାଳାବଧି ଆଦ୍ୟରୁ ସ୍ଵଜାତି ମଧ୍ୟରେ ଓ ଯିରୂଶାଲମରେ ମୋର ଆଚାରବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;

Gade chapit la Kopi

ଓଡିଆ ବାଇବେଲ

4 ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମରେ ମୋହର ଆଚାର ବ୍ୟବହାର ଯିହୂଦୀମାନେ ସମସ୍ତେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 “ପିଲା ଦିନରୁ ମୁଁ କିପରି ଜୀବନଯାପନ କରିଛି, ତାହା ଇହୁଦୀମାନେ ଜାଣନ୍ତି। ପ୍ରଥମେ ନିଜ ଦେଶରେ ଓ ତା’ପରେ ଯିରୂଶାଲମରେ ମୁଁ କିପରି ଜୀବନ କାଟିଛି, ସେମାନେ ତାହା ଜାଣନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମ ସହରରେ ମୋହର ଆଚାର-ବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;

Gade chapit la Kopi




ପ୍ରେରିତ 26:4
5 Referans Kwoze  

ତୁମ୍ଭେମାନେ ମୋ’ ପୂର୍ବ ଜୀବନ ବିଷୟରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦେବା ପାଇଁ ଚେଷ୍ଟା କରିଥିଲି।


କିନ୍ତୁ ତୁମ୍ଭେ ସମସ୍ତେ ମୋତେ ଜାଣିଛ। ଏହା ମଧ୍ୟ ଜାଣିଛ ଯେ ମୁଁ କ’ଣ ଶିକ୍ଷା (ଉପଦେଶ) ଦିଏ ଓ କିପରି ରୁହେ। ମୋ’ ଜୀବନର ଉଦ୍ଦେଶ୍ୟ ବିଷୟରେ ମଧ୍ୟ ତୁମ୍ଭେ ଜାଣିଛ। ତୁମ୍ଭେ ମୋର ବିଶ୍ୱାସ, ଧୈର୍ଯ୍ୟ, ପ୍ରେମ ବିଷୟରେ ଜାଣିଛ ଓ ଏହା ମଧ୍ୟ ଜାଣିଛ ଯେ ମୁଁ କେବେ ହେଲେ ଚେଷ୍ଟା କରିବାରୁ ବିରତ ହୁଏ ନାହିଁ।


ମୋର ଜନ୍ମ ହେବାର ଆଠ ଦିନପରେ, ମୋର ସୁନ୍ନତ କରାଯାଇଥିଲା। ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ବିନ୍ୟାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମୋ’ ପାଇଁ ମୋଶାଙ୍କ ବ୍ୟବସ୍ଥା ଆଜି ଗୁରୁତ୍ୱପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୂଶୀ।


“ମୁଁ ଜଣେ ଯିହୂଦୀୟ ଲୋକ। ମୋର ଜନ୍ମ କିଲିକିଆ ଦେଶର ତାର୍ଷ ନଗରରେ। କିନ୍ତୁ ଏହି ନଗରରେ ମୋର ଲାଳନପାଳନ ହୋଇଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟରେ ଗୁରୁ ଗମଲୀୟେଲଙ୍କ ପାଖରୁ ବହୁତ ଯତ୍ନ ସହକାରେ ତାଲିମ ପାଇଛି। ତୁମ୍ଭେମାନଙ୍କ ପରି, ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି।


“କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ ‘ଦଳ’ ବୋଲି କହନ୍ତି, ସେହି ମତାନୁଯାୟୀ ମୁଁ ମୋର ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ଉପାସନା କରେ। କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଯାହାସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହାସବୁ ଲେଖାଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ୱାସ କରେ।


Swiv nou:

Piblisite


Piblisite