Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:21 - ପବିତ୍ର ବାଇବଲ

21 ଶେଷରେ ପାଉଲ ସେମାନଙ୍କୁ କହିଲେ, “ବନ୍ଧୁଗଣ, ତୁମ୍ଭେମାନେ ଯଦି ମୋ’ କଥା ଶୁଣି କ୍ରୀତି ଉପଦ୍ୱୀପରୁ ଜାହାଜ ଛାଡ଼ି ନ ଥା’ନ୍ତ, ତେବେ ତୁମ୍ଭେମାନଙ୍କର ଏ ଜାହାଜ ନଷ୍ଟ ହୋଇ ନ ଥା’ନ୍ତା ଓ ଏତେ କ୍ଷତି ଘଟି ନ ଥା’ନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସମସ୍ତେ ଦୀର୍ଘ କାଳ ଅନାହାରରେ ରହିବା ପରେ, ପାଉଲ ଯାତ୍ରଅୀମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, “ବନ୍ଧୁଗଣ, ଆପଣମାନେ ମୋ’ କଥା ଅନୁସାରେ କ୍ରୀଟରୁ ଜାହାଜ ଛାଡ଼ି ନ ଥିଲେ, ଆମର ଏ ଦୁର୍ଦ୍ଦଶା ଘଟି ନ ଥାନ୍ତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।

Gade chapit la Kopi




ପ୍ରେରିତ 27:21
8 Referans Kwoze  

ରୁବେନ୍ ସେମାନଙ୍କୁ କହିଲା, “ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭେମାନେ ସେତେବେଳେ ମୋ’ କଥା ଶୁଣିଲ ନାହିଁ। ସେଥିପାଇଁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ।”


ଆମ୍ଭେମାନେ କିଛି ଦିନ ଧୀରେ ଧୀରେ ଯାତ୍ରା କଲୁ। ଶେଷରେ ବହୁତ ଅସୁବିଧାର ସମ୍ମୁଖୀନ ହୋଇ କ୍ନିଦ ପହଞ୍ଚିଲୁ। କିନ୍ତୁ ଖୁବ୍ ଜୋ‌ର୍‌‌ରେ ପବନ ବହୁଥିବାରୁ ଆମ୍ଭେ ଆଗକୁ ଯାଇ ପାରିଲୁ ନାହିଁ। ତେଣୁ ଆମ୍ଭେ ସାଲ୍ମୋନୀର ନିକଟ କ୍ରୀତୀ ଦ୍ୱୀପ ଉପକୂଳ ଦେଇ ଯାତ୍ରା କଲୁ।


ସେହି ବନ୍ଦରଟି ଶୀତ କଟେଇବା ପାଇଁ ଅନୁପଯୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୈନୀ‌କ୍‌‌ସ୍‌ରେ ପହଞ୍ଚିବା ଆଶାରେ ସେଠାରେ ଆମ୍ଭ ସହିତ ଯିବା ପାଇଁ ଓ ଶୀତଋତୁ କଟେଇବା ପାଇଁ ପରାମର୍ଶ ଦେଲେ। ଫୈନୀ‌କ୍‌ସ୍ କ୍ରୀତି ଉପଦ୍ୱୀପର ଗୋଟିଏ ନଗର। ଫୈନୀ‌କ୍‌ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।


ତା'ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜରେ ଥିବା ଲୋକମାନେ ଭାବିଲେ, “ଆମ୍ଭେ ଯେଉଁ ପବନ ବହିବା ଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ।” ତେଣୁ ଆମ୍ଭେ ଲଙ୍ଗର ଉଠେଇ କ୍ରୀତି ଉପଦ୍ୱୀପର କୂଳେକୂଳେ ଯାତ୍ରା କଲୁ।


ଆମ୍ଭେ ବହୁତ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚଣ୍ଡ ଝଡ଼ ବତାସର ବେଗ କମିଲା ନାହିଁ। ଆମ୍ଭେମାନେ ଜୀବନ ରକ୍ଷା କରିବାର ସମସ୍ତ ଆଶା ହରେଇ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ୟୁ ଘଟିବ। ଅନେକ ଦିନ ପର୍ଯ୍ୟନ୍ତ ଆମ୍ଭେମାନେ କେହି କିଛି ଖାଇ ନ ଥିଲୁ।


Swiv nou:

Piblisite


Piblisite