Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:3 - ପବିତ୍ର ବାଇବଲ

3 ତହିଁ ଆରଦିନ ଆମ୍ଭେ ସୀଦୋନରେ ପହଞ୍ଚିଲୁ। ଯୂଲିଅ ପାଉଲଙ୍କ ପ୍ରତି ଦୟା ଦେଖେଇ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ୟକତା ପୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ନିକଟକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।

Gade chapit la Kopi

ଓଡିଆ ବାଇବେଲ

3 ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତହିଁ ଆର ଦିନ ଆମେ ସିଦୋନରେ ପହଞ୍ଚିଲୁ। ୟୁଲିୟସ୍ ପାଉଲଙ୍କ ପ୍ରତି ସଦୟ ଥିଲେ। ପାଉଲଙ୍କ ବନ୍ଧୁମାନଙ୍କଠାରୁ ତାଙ୍କର ପ୍ରୟୋଜନୀୟ ସାମଗ୍ରୀ ସବୁ ସଂଗ୍ରହ କରିବା ଉଦ୍ଦେଶ୍ୟରେ ସେମାନଙ୍କୁ ଭେଟିବା ପାଇଁ ସେ ପାଉଲଙ୍କୁ ଅନୁମତି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।

Gade chapit la Kopi




ପ୍ରେରିତ 27:3
12 Referans Kwoze  

ଫେଲୀ‌କ୍‌ସ୍ ଶତସେନାପତିଙ୍କ ଜିମାରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀରେ ରଖି କିଛି ସ୍ୱାଧୀନତା ଦେବା ପାଇଁ ମଧ୍ୟ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ୟକୀୟ ଜିନିଷ ନେଇ ଆସନ୍ତି, ତେବେ ସେମାନଙ୍କୁ ବାଧା ନ ଦେବା ନିମନ୍ତେ ମଧ୍ୟ ସେ ସେହି ଶତସେନାପତିଙ୍କୁ ଆଦେଶ ଦେଲେ।


ତା'ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖରେ ଜଣେ ସୈନିକ ସବୁବେଳେ ଜଗି ରହିଲା।


କିନ୍ତୁ ସେନା ଅଧିକାରୀ ଯୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଗ୍ଭହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦେବା ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡେଇଁ ପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ।


ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ।


ହେରୋଦ ସୋର ଓ ସୀଦୋନର ଲୋକମାନଙ୍କ ଉପରେ ଭୀଷଣ ରାଗୁଥିଲେ। ସେମାନେ ଦଳ ଦଳ ହୋଇ ତାହାଙ୍କୁ ଦେଖିବାକୁ ଆସିଲେ। ସେମାନେ ରାଜାଙ୍କର ବ୍ୟକ୍ତିଗତ ଗ୍ଭକର ବ୍ଲାସ୍ତଙ୍କ ସାହାଯ୍ୟ ନେଲେ। ସେମାନେ ହେରୋଦଙ୍କ ସହିତ ଶାନ୍ତିସନ୍ଧି ରଖିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟ ଆସୁଥିଲା।


ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେ‌‌‌‌‌‌ଥ୍‌‌‌‌‌‌ସାଇଦା! ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।


ଏହା ମଧ୍ୟ ସତ୍ୟ ଯେ, ହମାତ୍, ସୋର ଓ ସୀଦୋନ ସୀମାରେ ଅବସ୍ଥିତ ଅଟେ। କାରଣ ସେମାନେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୁର୍ଗ ନିର୍ମାଣ କଲା।


ସଦାପ୍ରଭୁ କୁହନ୍ତି, “ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ୟା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ୱଂସ ହେବ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ୟ, ସେଠାରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।”


“ସବୂଲୂନ୍ ସମୁଦ୍ର କୂଳରେ ବାସ କରିବ। ସେ ଜାହାଜର ଆଶ୍ରିତ ବନ୍ଦର ହେବ। ପୁଣି ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାର ସୀମା ହେବ।


ସୀଦୋନର ପିତା ଥିଲା କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ୟ ହେତର ପିତାଥିଲା। ହେତର ହେଲେ ଦୀଟାତୀୟମାନଙ୍କର ପିତା।


ଏହାର ସୀମା ଇବ୍ରୋଣ, ରହୋବ୍ ହମ୍ମୋନ୍, କାନ୍ନା ଓ ସୁଦୂର ମହାସୀଦୋନ୍ ପର୍ଯ୍ୟନ୍ତ ଲାଗିଥିଲା।


Swiv nou:

Piblisite


Piblisite