Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:7 - ପବିତ୍ର ବାଇବଲ

7 ସେହି ଅଞ୍ଚଳ ନିକଟରେ ଦ୍ୱୀପର ଜଣେ ମୁଖ୍ୟ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଳିୟ। ସେ ତାହାଙ୍କ ଘରକୁ ନେଇ ଆମ୍ଭକୁ ତିନି ଦିନ ପର୍ଯ୍ୟନ୍ତ ରଖି ଅତିଥି ସତ୍କାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେହି ସ୍ଥାନର ନିକଟରେ ପୁବ୍ଳିୟ ନାମକ ସେହି ଦ୍ଵୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।

Gade chapit la Kopi

ଓଡିଆ ବାଇବେଲ

7 ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେଠାରୁ ଅଳ୍ପ ଦୂରରେ ଦ୍ୱୀପର ପ୍ରଧାନ ରାଜକର୍ମଚାରୀ ପବ୍ଳିୟସ୍‌ଙ୍କ କ୍ଷେତ ଥିଲା। ସେ ଆମକୁ ସ୍ୱାଗତ କଲେ ଓ ଆମେ ତିନି ଦିନ ପର୍ଯ୍ୟନ୍ତ ତାଙ୍କର ଆତିଥ୍ୟ ଗ୍ରହଣ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।

Gade chapit la Kopi




ପ୍ରେରିତ 28:7
10 Referans Kwoze  

ବହୁତ ଥଣ୍ଡା ଲାଗୁଥିଲା, ଦ୍ୱୀପର ବାସିନ୍ଦାମାନେ ଆମ୍ଭମାନଙ୍କ ପ୍ରତି ବହୁତ ଦୟା ଦେଖାଇଲେ। ସେମାନେ ଆମ୍ଭପାଇଁ ନିଆଁ ଜଳେଇ ଆମ୍ଭକୁ ସ୍ୱାଗତ କଲେ।


ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀ‌କ୍‌ସଙ୍କ ପାଖରେ ଉପସ୍ଥିତ କରାଅ।”


ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ।


ସେହି ବର୍ଯୀଶୁ ରାଜ୍ୟପାଳ ସେର୍ଗିୟ ପାଉଲଙ୍କର ମିତ୍ର ଥିଲେ। ସେର୍ଗିୟ ପାଉଲ ଜଣେ ବିବେକୀ ଓ ଜ୍ଞାନୀ ଲୋକ ଥିଲେ, ପରମେଶ୍ୱରଙ୍କର ବାକ୍ୟ ଶୁଣିବାକୁ ଗ୍ଭହୁଁଥିଲେ। ତେଣୁ ସେ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କୁ ଡକାଇ ପଠାଇଲେ।


ଲୋକେ ଆଶା କରିଥିଲେ ସେ ଫୁଲି ଯିବ ବା ତଳେ ପଡ଼ି ମରିଯିବ। କିନ୍ତୁ ବହୁତ ସମୟ ପରେ ମଧ୍ୟ ତାହାଙ୍କର କିଛି କ୍ଷତି ହେବାର ସେମାନେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସେମାନଙ୍କର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ୱର ବୋଲି ଭାବିଲେ।


ସେହି ସମୟରେ ପୁବ୍ଳିୟଙ୍କ ପିତା ଜ୍ୱର ଓ ଝାଡ଼ାରେ ଶଯ୍ୟାଶାୟୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରିଦେଲେ।


ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।


ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି।


Swiv nou:

Piblisite


Piblisite