Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:8 - ପବିତ୍ର ବାଇବଲ

8 ସେହି ସମୟରେ ପୁବ୍ଳିୟଙ୍କ ପିତା ଜ୍ୱର ଓ ଝାଡ଼ାରେ ଶଯ୍ୟାଶାୟୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେହି ସମୟରେ ପୁବ୍ଳିୟଙ୍କର ପିତା ଜ୍ଵର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାଙ୍କ ଉପରେ ହାତ ଥୋଇ ତାଙ୍କୁ ସୁସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

8 ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଅମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ପବ୍ଳିୟସ୍‌ଙ୍କୁ ପିତା ଜ୍ୱର ଓ ଆମାଶୟ ରୋଗରେ ଶଯ୍ୟାଶାୟୀ ଥିଲେ। ପାଉଲ ତାଙ୍କ କୋଠରୀକୁ ଗଲେ, ତାଙ୍କ ପାଇଁ ପ୍ରାର୍ଥନା କରି ତାଙ୍କ ଉପରେ ହସ୍ତାର୍ପଣ କରି ତାଙ୍କୁ ସୁସ୍ଥ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।

Gade chapit la Kopi




ପ୍ରେରିତ 28:8
22 Referans Kwoze  

ପିତର କୋଠରି ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, “ଟାବୀଥା, ଉଠ।” ସେ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।


ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ।


ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”


ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖିଦିଅ, ତା'ହେଲେ ସେ ପୁଣି ବଞ୍ଚି ଉଠିବ।”


ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍‌‌ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା'ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।


ସେହି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ୱାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।


ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର।


ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ।


ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହେବାକୁ ସକ୍ଷମ ହେଲା। ସେ ପରମେଶ୍ୱରଙ୍କ ସ୍ତୁତି କଲା।


ସୂର୍ଯ୍ୟ ଅସ୍ତ ହୋଇଯିବା ପରେ ଲୋକମାନେ ସେମାନଙ୍କର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନଙ୍କଠାରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସେମାନଙ୍କୁ ସୁସ୍ଥ କରିଦେଲେ।


ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ, ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।


ସେ କାକୁତି ମିନତି ହୋଇ ଯୀଶୁଙ୍କୁ ଭିକ୍ଷା ମାଗିଲେ, “ମୋର ଛୋଟ ଝିଅ ମରିବା ଉପରେ। ଦୟାକରି ଆପଣ ଆସି ତା’ ଉପରେ ହାତ ରଖନ୍ତୁ, ତା'ହେଲେ ସେ ସୁସ୍ଥ ହୋଇଯିବ ଓ ଜୀବନ ପାଇବ।”


ତା'ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା'ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା'ର ଅନ୍ୟ ହାତ ଭଳି ହୋଇଗଲା।


ସେହି ଅଞ୍ଚଳ ନିକଟରେ ଦ୍ୱୀପର ଜଣେ ମୁଖ୍ୟ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଳିୟ। ସେ ତାହାଙ୍କ ଘରକୁ ନେଇ ଆମ୍ଭକୁ ତିନି ଦିନ ପର୍ଯ୍ୟନ୍ତ ରଖି ଅତିଥି ସତ୍କାର କଲେ।


ଏପରି ହେବାର ଦେଖି ଦ୍ୱୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ୟ ଆସି ସୁସ୍ଥ ହେଲେ।


Swiv nou:

Piblisite


Piblisite