Biblia Todo Logo
Bib sou entènèt

- Piblisite -




ପ୍ରେରିତ 3:16 - ପବିତ୍ର ବାଇବଲ

16 “ଏ ଯେଉଁ ଲୋକକୁ ତୁମ୍ଭେମାନେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମରେ ଶକ୍ତି ପାଇ ଗ୍ଭଲି ପାରିଲା। ଯୀଶୁଙ୍କ ନାମରେ ଆମ୍ଭମାନଙ୍କର ବିଶ୍ୱାସ ଅଛି। ହଁ, କେବଳ ଯୀଶୁଙ୍କ ଉପରେ ଥିବା ବିଶ୍ୱାସ ତାକୁ ସମ୍ପୂର୍ଣ୍ଣ ରୂପେ ଆରୋଗ୍ୟ କରିଦେଲା ଆଉ ତାହା ତୁମ୍ଭେମାନେ ଦେଖିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ତାହାଙ୍କ ନାମରେ ବିଶ୍ଵାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ଵାରା ଦତ୍ତ ବିଶ୍ଵାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ଵାସ୍ଥ୍ୟ ଦାନ କରିଅଛି।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତାଙ୍କ ନାମର ଶକ୍ତି ହିଁ ଏହି ଛୋଟାକୁ ସୁସ୍ଥ କରିଛି। ଯେଉଁ ଘଟଣା ବର୍ତ୍ତମାନ ତୁମ୍ଭେମାନେ ନିଜେ ଦେଖି ସତ୍ୟ ବୋଲି ଜାଣିଛ, ତାହା କେବଳ ତାଙ୍କ ନାମରେ ବିଶ୍ୱାସ କରିବା ଦ୍ୱାରା ସାଧିତ ହୋଇଛି। ଯୀଶୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସେ ଯେ ସୁସ୍ଥ ହୋଇଛି, ଏହା ତୁମ୍ଭେମାନେ ଦେଖିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।

Gade chapit la Kopi




ପ୍ରେରିତ 3:16
21 Referans Kwoze  

ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହୋଇପାରିବ ବୋଲି ତା'ର ବିଶ୍ୱାସ ଅଛି।


ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।


କିନ୍ତୁ ପିତର କହିଲେ, “ମୋ’ ପାଖରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଉଠି ଗ୍ଭଲ।”


ସେ ଏପରି ବହୁତ ଦିନ ପର୍ଯ୍ୟନ୍ତ କଲା, ପାଉଲ ଏଥିଲେ ବିରକ୍ତ ହୋଇପଡ଼ିଲେ। ସେ ସେହି ଆତ୍ମାକୁ କହିଲେ, “ମୁଁ ଯୀଶୁଙ୍କ ନାମରେ ଆଦେଶ ଦେଉଛି, ଏହି ଝିଅଟି ଦେହରୁ ବାହାରିଯା।” ସେହି ସମୟରେ ସେ ଆତ୍ମାଟି ବାହାରକୁ ଗ୍ଭଲିଆସିଲା।


ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।


ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ'ଠାରେ ପ୍ରେମ ନାହିଁ, ତା'ହେଲେ ମୁଁ କିଛି ନୁହେଁ।


“ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ'ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।


ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?”


ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା।


“ସେତ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ୱସ୍ତ ଓ ନ୍ୟାୟବାନ୍ ପରମେଶ୍ୱର। ସେ ଉତ୍ତମ ଓ ସତ୍ୟ।


ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”


ଏଥିରୁ ଜଣାପଡ଼େ ଯେ, କୌଣସି ଲୋକକୁ ମୋଶାଙ୍କର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରାଯାଇପାରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦେହକୁ ସୁସ୍ଥ କଲି ତେବେ ତୁମ୍ଭେ କାହିଁକି ରାଗୁଛ?


ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।


ଯୀଶୁ କହିଲେ, “ଗ୍ଭଲି ଆସ।” ପିତର ଡଙ୍ଗାରୁ ବାହାରକୁ ଆସିଲେ, ସେ ପାଣି ଉପରେ ଗ୍ଭଲି ଯୀଶୁଙ୍କ ଆଡ଼କୁ ଗଲେ।


Swiv nou:

Piblisite


Piblisite