ପ୍ରେରିତ 3:26 - ପବିତ୍ର ବାଇବଲ26 ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)26 ଈଶ୍ଵର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣା ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି। Gade chapit laଓଡିଆ ବାଇବେଲ26 ଈଶ୍ୱର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)26 ତେଣୁ ଈଶ୍ୱର ତାଙ୍କ ସେବକଙ୍କୁ ମନୋନୀତ କଲେ ଓ ତୁମ ପ୍ରତ୍ୟେକଙ୍କୁ କୁପଥରୁ ଫେରି ଆସିବାର ସୌଭାଗ୍ୟ ଦେବା ପାଇଁ ପ୍ରଥମେ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କଲେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି। Gade chapit la |
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।
ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।