Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:11 - ପବିତ୍ର ବାଇବଲ

11 ଯୀଶୁ ହେଉଛନ୍ତି ‘ସେହି ପଥର ଯାହାଙ୍କୁ ତୁମ୍ଭେ, ଅତଏବ ନିର୍ମାଣ କର୍ତ୍ତାମାନେ, ହେୟଜ୍ଞାନ କରିଥିଲ। କିନ୍ତୁ ସେହି ପଥର ଆଜି ମୂଖ୍ୟ ପଥର ହୋଇ ପାରିଛି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଗୃହନିର୍ମାଣକାରୀ ଯେ ଆପଣମାନେ, ଆପଣ-ମାନଙ୍କ ଦ୍ଵାରା ଯେଉଁ ପ୍ରସ୍ତର ଅବଜ୍ଞାତ ହୋଇଥିଲା, କିନ୍ତୁ ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।

Gade chapit la Kopi

ଓଡିଆ ବାଇବେଲ

11 ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୀଶୁଙ୍କ ସମ୍ପର୍କରେ ହିଁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ଯେଉଁ ପଥରକୁ ନିର୍ମାଣକାରୀମାନେ ଅଗ୍ରାହ୍ୟ କଲେ, ତାହା ସର୍ବାପେକ୍ଷା ଶ୍ରେଷ୍ଠ ହେଲା।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 “‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’

Gade chapit la Kopi




ପ୍ରେରିତ 4:11
20 Referans Kwoze  

ସେଥିପାଇଁ ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ଦେଖ, ମୁଁ ସିୟୋନରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ୟବାନ କୋଣ ପ୍ରସ୍ତର। ଏହା ଉପରେ ସବୁକିଛି ଏହି ଗୁରୁତ୍ୱପୂର୍ଣ୍ଣ ପର୍ବତ ଉପରେ ନିର୍ମିତ ହେବ। ଯେକେହି ଏହି ପ୍ରସ୍ତର ଉପରେ ବିଶ୍ୱାସ ରଖେ ସେ ହତାଶ ହେବ ନାହିଁ।


ଯିହୋଶୂୟଙ୍କ ସମ୍ମୁଖରେ ଆମ୍ଭେ ଯେଉଁ ସ୍ୱତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସେହି ପ୍ରସ୍ତରରେ ସାତୋଟି ଚକ୍ଷୁ ଅଛି। ସେହି ସ୍ୱତନ୍ତ୍ର ପ୍ରସ୍ତର ଉପରେ ଆମ୍ଭେ ବାର୍ତ୍ତା ଖୋଦନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦେଖାଇବ।”


ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।


ଆମ୍ଭମାନଙ୍କଠାରେ ଏହି ପ୍ରକାରର ଭରସା ରଖିଥିବା ହେତୁ ଆମ୍ଭେ ଅତି ସାହସୀ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ।


ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ।


ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।


Swiv nou:

Piblisite


Piblisite