Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:32 - ପବିତ୍ର ବାଇବଲ

32 ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ବିଶ୍ଵାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।

Gade chapit la Kopi

ଓଡିଆ ବାଇବେଲ

32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ବିଶ୍ୱାସୀଦଳ ଏକ ପ୍ରାଣ ଓ ଏକ ଚିତ୍ତ ହେଲେ। କେହି ନିଜର ସମ୍ପତ୍ତିକୁ ନିଜସ୍ୱ ବୋଲି ଦାବୀ କରୁ ନ ଥିଲେ, ବରଂ ସମସ୍ତଙ୍କର ସମ୍ପତ୍ତିକୁ ସେମାନେ ସମଭାବରେ ଭୋଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।

Gade chapit la Kopi




ପ୍ରେରିତ 4:32
21 Referans Kwoze  

ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।


ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।


ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।


ଆଉ ସେମାନେ ଓ ସେମାନଙ୍କର ସନ୍ତାନମାନେ ସେମାନଙ୍କ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା।


ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ।


ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ।


ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।


“ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସେମାନଙ୍କୁ ନିରାପଦରେ ରଖ। ତୁମ୍ଭ ନାମର ଶକ୍ତି ଦ୍ୱାରା ସେମାନଙ୍କୁ ନିରାପଦରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସେମାନେ ସେହିପରି ଏକ ହୋଇ ପାରିବେ।


ଆହୁରି ମଧ୍ୟ ଯିହୁଦାରେ ପରମେଶ୍ୱରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରିତ କଲା, ଯେପରି ସେମାନେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ୟ ହୋଇପାରନ୍ତି। ଏହି ପ୍ରକାରେ, ସେମାନେ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ।


ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।


ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।


ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।


Swiv nou:

Piblisite


Piblisite