Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:33 - ପବିତ୍ର ବାଇବଲ

33 ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।

Gade chapit la Kopi

ଓଡିଆ ବାଇବେଲ

33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ମହାଶକ୍ତିରେ ପ୍ରେରିତ ଶିଷ୍ୟମାନେ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ ଏବଂ ଈଶ୍ୱର ସେମାନଙ୍କ ଉପରେ ପ୍ରଚୁର ଆଶୀର୍ବାଦ ଢାଳି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।

Gade chapit la Kopi




ପ୍ରେରିତ 4:33
14 Referans Kwoze  

ବାକ୍ୟ (ଖ୍ରୀଷ୍ଟ) ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ଆଶୀର୍ବାଦ ଉପରେ ଆଶୀର୍ବାଦ ପାଇଅଛୁ।


କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”


ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।


ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”


ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।


ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।


ତା'ପରେ ପ୍ରେରିତମାନେ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସେମାନଙ୍କୁ ସାହାଯ୍ୟ କଲେ। ପ୍ରଭୁ ପ୍ରମାଣିତ କରିଦେଲେ ଯେ, ପ୍ରେରିତମାନେ ଯେଉଁ ସୁସମାଗ୍ଭର ପ୍ରଗ୍ଭର କରୁଥିଲେ ତାହା ସତ୍ୟ। ପ୍ରଭୁ ସେମାନଙ୍କୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରିଦେଲେ।


କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।


Swiv nou:

Piblisite


Piblisite