Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:16 - ପବିତ୍ର ବାଇବଲ

16 ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକ-ସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ଵାରା ଆକ୍ରା; ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ।

Gade chapit la Kopi

ଓଡିଆ ବାଇବେଲ

16 ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯିରୂଶାଲମର ଆଖପାଖ ସହରମାନଙ୍କରୁ ଏକ ବିରାଟ ଜନତା ରୋଗୀ ଓ ଭୂତଗ୍ରସ୍ତ ଲୋକମାନଙ୍କୁ ନେଇ ଶିଷ୍ୟମାନଙ୍କ ନିକଟକୁ ଆସୁଥିଲେ ଓ ସେମାନେ ସମସ୍ତେ ସୁସ୍ଥ ହେଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ।

Gade chapit la Kopi




ପ୍ରେରିତ 5:16
16 Referans Kwoze  

ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।


ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”


“ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ'ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।


କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସେମାନେ ତାହାଙ୍କର ଅନୁସରଣ କଲେ। ଯୀଶୁ ସେମାନଙ୍କୁ ସ୍ୱାଗତ କଲେ ଏବଂ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ।


ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସେଠାରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ୟ ବସିଥିଲେ। ସେମାନେ ଗାଲିଲୀର ପ୍ରତ୍ୟେକ ନଗରରୁ, ଯିହୂଦା ତଥା ଯିରୁଶାଲମରୁ ଆସିଥିଲେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦେବା ପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ।


ସେହି ଦିନ ସନ୍ଦ୍ୟାରେ ଲୋକେ ତାହାଙ୍କ ପାଖକୁ ଭୂତଗ୍ରସ୍ତ ଅନେକ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞାରେ ସେହି ଭୂତମାନଙ୍କୁ ବାହାର କରିଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରିଦେଲେ।


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


ସେହି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ୱାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।


ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା'ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ।


ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ।


ମହାଯାଜକ ଓ ତାହାଙ୍କର ସବୁ ବନ୍ଧୁମାନେ, ଅର୍ଥାତ୍ ସାଦ୍ଦୂକୀ ଦଳ ଈର୍ଷାନ୍ୱିତ ହୋଇ ସେମାନଙ୍କ ବିରୁଦ୍ଧରେ ଠିଆ ହେଲେ।


ସେମାନେ ଯୀଶୁଙ୍କ ଉପଦେଶ ଶୁଣିବାକୁ ଓ ସୁସ୍ଥ ହେବାକୁ ସେଠାକୁ ଆସିଥିଲେ। ଯେଉଁମାନେ ଦୁଷ୍ଟାତ୍ମା ଯୋଗୁଁ କଷ୍ଟ ପାଉଥିଲେ, ସେମାନେ ସେଠାକୁ ଆସି ସୁସ୍ଥ ହୋଇଗଲେ।


Swiv nou:

Piblisite


Piblisite