Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:25 - ପବିତ୍ର ବାଇବଲ

25 ଠିକ୍ ସେହି ସମୟରେ ଜଣେ ଆସି ସେମାନଙ୍କୁ କହିଲା, “ତୁମ୍ଭେମାନେ ଯେଉଁମାନଙ୍କୁ କାରାଗାରରେ ବନ୍ଦୀକରି ରଖିଥିଲ ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଉପଦେଶ ଦେଉଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏପରି ସମୟରେ ଜଣେ ଲୋକ ଆସି ସେମାନଙ୍କୁ ସମ୍ଵାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

25 ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ସେତେବେଳେ ଜଣେ ଲୋକ ଆସି କହିଲା, “ଦେଖନ୍ତୁ! ଯେଉଁ ଲୋକମାନଙ୍କୁ ଆପଣମାନେ କାରାଗାରରେ ପକାଇଥିଲେ, ସେମାନେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି।

Gade chapit la Kopi




ପ୍ରେରିତ 5:25
8 Referans Kwoze  

ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।”


ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋ‌ର୍‌‌ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।


ପରମେଶ୍ୱର ସେମାନଙ୍କୁ ଅନ୍ଧକାର ଓ ମୃତ୍ୟୁ ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।


ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସେମାନଙ୍କୁ ଆମ୍ଭର ଆଜ୍ଞାନୁସାରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।


ଏହି ସମ୍ବାଦ ଶୁଣି ନବୂଖ‌ଦ୍‌ନିତ୍ସର କ୍ରୋଧାନ୍ୱିତ ହୋଇ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସେମାନଙ୍କୁ ରାଜାଙ୍କର ବିଗ୍ଭରାଳୟ ଛାମୁକୁ ଆଣିଲେ।


ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ।


କିନ୍ତୁ କେତେକ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫେରିଗଲେ। ସେମାନେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ଯ୍ୟ ବର୍ଣ୍ଣନା କଲେ।


ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତେବେଳେ ଦିନ ତିନିଟା ହୋଇଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା।


Swiv nou:

Piblisite


Piblisite