ପ୍ରେରିତ 5:4 - ପବିତ୍ର ବାଇବଲ4 ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ବିକ୍ରୟ ନ ହେବା ପୂର୍ବେ ତାହା କʼଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ନିକଟରେ ମିଥ୍ୟା କହିଲ। Gade chapit laଓଡିଆ ବାଇବେଲ4 ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ । Gade chapit laପବିତ୍ର ବାଇବଲ (CL) NT (BSI)4 ବିକ୍ରୀ କରିବା ପରେ ମଧ୍ୟ ତାହା କ’ଣ ତୁମର ନ ଥିଲା? ତେବେ ତୁମେ କାହିଁକି ଏପ୍ରକାର କାର୍ଯ୍ୟ କରିବାକୁ ସ୍ଥିର କଲ? ତୁମେ ଲୋକମାନଙ୍କୁ ପ୍ରତାରଣା କରି ନାହଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ। Gade chapit la |
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରି ପାରନ୍ତି, ଏଥିନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ବର୍ତ୍ତମାନ, ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭେମାନେ କେତେଜଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ?”
ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”