Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:2 - ପବିତ୍ର ବାଇବଲ

2 ସେ ଉତ୍ତର ଦେଲେ, “ମୋର ଯିହୂଦୀ ପିତାମାନେ ଓ ଭାଇମାନେ, ମୋ’ କଥା ଶୁଣ। ଆମ୍ଭର ପିତା ଅବ୍ରହାମ ହାରୋଣ ନଗରରେ ବାସ କରିବା ପୂର୍ବରୁ ଯେତେବେଳେ ମେସପତାମିଆରେ ଥିଲେ, ସେତେବେଳେ ଗୌରବମୟ ପରମେଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ କହିଲେ, ହେ ଭ୍ରାତୃ ଓ ପିତୃଗଣ, ଶ୍ରବଣ କରନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆରେ ଥିଲେ, ସେତେବେଳେ ଗୌରବମୟ ଈଶ୍ଵର ତାଙ୍କୁ ଦର୍ଶନ ଦେଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

2 ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସ୍ତିଫାନ ଉତ୍ତର ଦେଲେ, “ହେ ମୋର ଭାଇ ଓ ଗୁରୁଜନମାନେ, ଦୟାକରି ଶୁଣନ୍ତୁ, ଆମ ପୂର୍ବପୁରୁଷ ଅବ୍ରହାମ ହାରଣରେ ବାସ କରିବାକୁ ଯିବା ପୂର୍ବରୁ ଗୌରବମୟ ଈଶ୍ୱର ମେସୋପଟାମିୟାରେ ଦର୍ଶନ ଦେଇ ତାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,

Gade chapit la Kopi




ପ୍ରେରିତ 7:2
29 Referans Kwoze  

ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଙ୍ଗରେ ନେଲା। ଏବଂ ସେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ବସତି ସ୍ଥାପନ କଲେ।


ପାଉଲ କହିଲେ, “ଭାଇମାନେ ଓ ପିତାମାନେ, ଯେହେତୁ ମୁଁ ମୋର ନିଜ ସପକ୍ଷରେ କଥା କହୁଛି, ତେଣୁ ଆପଣମାନେ ମୋ’ କଥା ଶୁଣନ୍ତୁ।”


ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି। ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।


ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।


ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।


ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ। ତୁମ୍ଭେ ହିଁ ଅବ୍ରହାମଙ୍କୁ ମନୋନୀତ କଲ। ବାବିଲୋନିୟାର ଊର୍ ଦେଶରୁ ତାଙ୍କୁ ବାହାର କରି ଆଣି ଅବ୍ରହାମ ନାମ ଦେଲ।


ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”


“ହେ ପ୍ରଭୁ, ଆମ୍ଭର ପରମେଶ୍ୱର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”


ଆମ୍ଭର ମହାନ୍ ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବାଟକୁ ଗ୍ଭହିଁ ରହିଥିଲାବେଳେ ଆମ୍ଭେ ଏହିଭଳି ରହିବା ଦରକାର। ସେ ଆମ୍ଭମାନଙ୍କର ମହାନ୍ ଭରସା ଓ ସେ ଗୌରବରେ ଆସିବେ।


ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସେମାନେ ବୁଝି ଥାଆନ୍ତେ, ତାହାହେଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶବିଦ୍ଧ କରି ମାରି ନ ଥା’ନ୍ତେ।


ପାଉଲ ଏପରି କହିବା ମାତ୍ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳରେ ଭାଗ ହୋଇଗଲା।


ଯିଶାଇୟ ଏ କଥା କହିଥେଲେ, କାରଣ ସେ ପ୍ରଭୁଙ୍କର ଗୌରବ ଦେଖିଥିଲେ। ତେଣୁ ସେ ତାହାଙ୍କ (ଯୀଶୁଙ୍କ) ବିଷୟରେ ଏହା କହିଲେ।


“ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ, ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”


ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।’


ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”


ସେମାନେ ପରସ୍ପରକୁ ଡାକି କହୁଥିଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ। ତାଙ୍କର ମହିମା ସମଗ୍ର ପୃଥିବୀରେ ବ୍ୟାପିଯାଇଛି।” ସେହି ଦେବଦୂତମାନଙ୍କର ସ୍ୱର ଅତି ଉଚ୍ଚ ଥିଲା।


କିଏ ସେହି ଗୌରବମୟ ରାଜା? ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି। ସେଲା


ହେ ନଗର ଫାଟକ, ତୁମ୍ଭର ମସ୍ତକ ଟେକ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।


ଏହା ପରେ ଯିହୋଶୂୟ ସମସ୍ତ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହୁଅଛି, ତାହା ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର କହିଛନ୍ତି, ତୁମ୍ଭମାନଙ୍କୁ। ବହୁ ଦିନ ପୂର୍ବରୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ଇଉଫ୍ରେଟିସ୍ ନଦୀ ସେପାରିରେ ଅନ୍ୟ ଦେବତାମାନଙ୍କୁ ସେବା କରୁଥିଲେ।


ଯାକୁବ ସେଠାରେ ସେହି ମେଷପାଳକମାନକୁ କହିଲେ, “ହେ ଭାଇମାନେ ତୁମ୍ଭର ଘର କେଉଁଠି?” ସେମାନେ ଉତ୍ତର ଦେଇ କହିଲେ, “ଆମ୍ଭ ଘର ହାରଣରେ।”


ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଏବଂ ଲ‌ବ୍‌ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶକୁ ଯାତ୍ରା କଲେ।


ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।


ମୋର ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେ‌‌‌ତ୍‌‌‌ଶଫ୍ ଦେଶୀୟମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ?


ମହାଯାଜକ ସ୍ତିଫାନଙ୍କୁ ପଗ୍ଭରିଲେ, “ଏସବୁ କଥା କ’ଣ ସତ୍ୟ?”


ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।


ପରମେଶ୍ୱର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ଯିବା ପାଇଁ ଡାକିଲେ। ପରମେଶ୍ୱର ତାହାଙ୍କୁ ସେହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ୱାସ ଦ୍ୱାରା ମାନିଲେ, ଓ ସେହି ସ୍ଥାନ ପାଇଁ ପ୍ରସ୍ଥାନ କଲେ।


ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ।


Swiv nou:

Piblisite


Piblisite