Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:30 - ପବିତ୍ର ବାଇବଲ

30 “ଦୀର୍ଘ ଗ୍ଭଳିଶ୍ ବର୍ଷ ଅତିବାହିତ ହେବା ପରେ ଜଣେ ସ୍ୱର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ୱଳନ୍ତ ବୁଦାର ଅଗ୍ନିଶିଖାରେ ମୋଶାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ, ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ଓଡିଆ ବାଇବେଲ

30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 “ଚାଳିଶ ବର୍ଷ ଅତିବାହିତ ହେବା ପରେ ସୀନୟ ପର୍ବତ ନିକଟରେ ଏଇ ଜ୍ୱଳନ୍ତ ବୁଦାର ଅଗ୍ନିଶିଖା ମଧ୍ୟରେ ଈଶ୍ୱରଙ୍କର ଜଣେ ଦୂତ ମୋଶାଙ୍କୁ ଦର୍ଶନ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।

Gade chapit la Kopi




ପ୍ରେରିତ 7:30
24 Referans Kwoze  

“ଯେଉଁ ମୋଶାଙ୍କୁ ସେମାନେ ଅବଜ୍ଞା କରି କହିଥିଲେ, ‘କିଏ ତୁମ୍ଭକୁ ଶାସକ ଓ ବିଗ୍ଭରକ କଲା?’ ସେହି ମୋଶାଙ୍କୁ ହିଁ ବର୍ତ୍ତମାନ ପରମେଶ୍ୱର ସେମାନଙ୍କର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ୱର୍ଗଦୂତ ମୋଶାଙ୍କୁ ବୁଦା ଭିତରେ ଦର୍ଶନ ଦେଇଥିଲେ ସେହି ସ୍ୱର୍ଗଦୂତଙ୍କ ସାହାଯ୍ୟରେ ପରମେଶ୍ୱର ମୋଶାଙ୍କୁ ପଠାଇଲେ।


ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


‘ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର। ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର।’ ଏହା ଶୁଣି ମୋଶା ଭୟରେ ଥରିଲେ ଓ ଆଉ ଦେଖିବା ପାଇଁ ସାହସ କଲେ ନାହିଁ।


ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ। ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ।


ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଇ‌ସ୍‌ହାକର ପରମେଶ୍ୱର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ୱର ଅଟୁ।” ମୋଶା ପରମେଶ୍ୱରଙ୍କୁ ଦେଖି ଭୟରେ ତାଙ୍କର ମୁହଁ ଆବୃତ କଲେ।


“ଇତି ମଧ୍ୟରେ ମିଶର ଦେଶରେ ଇସ୍ରାଏଲ ଲୋକମାନଙ୍କର ସଂଖ୍ୟା ବଢ଼ିବାରେ ଲାଗିଲା। ପରମେଶ୍ୱର ଅବ୍ରହାମଙ୍କୁ ଯେଉଁସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ୟରେ ପରିଣତ ହୋଇଥିଲା।


ପୁନରୁ‌ତ୍‌ଥିତ ଲୋକଙ୍କ ବିଷୟରେ ତୁମ୍ଭେମାନେ କ’ଣ ମୋଶାଙ୍କ ପୁସ୍ତକରେ ଲିଖିତ ବୁଦାବୃତ୍ତାନ୍ତଟି ପଢ଼ି ନାହଁ? ସେଥିରେ ପରମେଶ୍ୱର ମୋଶାଙ୍କୁ କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର’।


ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରିତ ହୋଇ ସେହି ତିନି ଜଣଙ୍କୁ ଦେଖିଲେ ଯେ ଅଗ୍ନି ସେମାନଙ୍କର ଶରୀରରେ କୌଣସି ଅଂଶ ଦ‌ଗ୍‌ଧ କରି ନାହିଁ। ସେମାନଙ୍କ ମସ୍ତକର କେଶ କି ସେମାନଙ୍କର ପାଇଜାମା ଦ‌ଗ୍‌ଧ ହୋଇ ନାହିଁ କି ସେମାନଙ୍କର ଶରୀରରେ ଅଗ୍ନିର ଗନ୍ଧ ନାହିଁ।


ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ। ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।


କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲୁହା ତରଳା ଯାଉଥିବା ଚୁଲ୍ଲାରୁ କାଢ଼ି ଆଣିବା ତୁଲ୍ୟ, ମିଶରରୁ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ୟବାନ ଲୋକ ହେବା ପାଇଁ ଆଣିଛନ୍ତି, ତୁମ୍ଭେମାନେ ଯେପରି ଆଜି ହୋଇଛ।


ଫାରୋଙ୍କ ସହିତ କଥାବାର୍ତ୍ତା କଲାବେଳେ ମୋଶାଙ୍କୁ ଅଶୀବର୍ଷ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ହୋଇଥିଲା।


ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି।


ମୋଶା ସ୍ପଷ୍ଟ ଭାବରେ ଦେଖେଇ ଦେଇଛନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠନ୍ତି। ମୋଶା ଯେତେବେଳେ ‘ଜ୍ୱଳନ୍ତବୁଦା’ ବିଷୟରେ ଲେଖିଲେ, ସେ କହିଥିଲେ ଯେ, ‘ପ୍ରଭୁ (ପରମେଶ୍ୱର) ହେଉଛନ୍ତି ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକଙ୍କ ପରମେଶ୍ୱର, ଓ ଯାକୁବଙ୍କ ପରମେଶ୍ୱର’


ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।


ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ।


ପୃଥିବୀ ତା'ର ଉତ୍ତମତା ଯୋଷେଫଙ୍କୁ ଦେଉ। ଯିଏ ଜଳନ୍ତା ବୁଦାରେ ବାସ କରନ୍ତି ତାହାଙ୍କୁ ଆଶୀର୍ବାଦ କରନ୍ତୁ। ଯୋଷେଫଙ୍କ ମସ୍ତକରେ ଆଶୀର୍ବାଦ ପଡ଼ୁ। ଯିଏ କି ଭାଇମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କଲେ।


ମୋଶା ସେ ଦୃଶ୍ୟ ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ଯିବାବେଳକୁ ସେ ପ୍ରଭୁଙ୍କର ସ୍ୱର ଶୁଣିଲେ:


Swiv nou:

Piblisite


Piblisite