Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:34 - ପବିତ୍ର ବାଇବଲ

34 ମୁଁ ମିଶର ଦେଶରେ ମୋ’ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ୟବହାର ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଲି। ମୁଁ ସେମାନଙ୍କୁ ମୁକ୍ତି ଦେବା ପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ମିସରରେ ଆମ୍ଭର ଯେଉଁ ଲୋକମାନେ ଅଛନ୍ତି, ଆମ୍ଭେ ସେମାନଙ୍କର କ୍ଳେଶ ନିଶ୍ଚୟ ଦେଖିଅଛୁ ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛୁ, ପୁଣି ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଅବତରଣ କରିଅଛୁ; ଆଉ ଏବେ ଆସ, ଆମ୍ଭେ ତୁମ୍ଭକୁ ମିସରକୁ ପ୍ରେରଣ କରିବା।

Gade chapit la Kopi

ଓଡିଆ ବାଇବେଲ

34 ମିସରରେ ମୋର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ମିସରରେ ମୁଁ ମୋର ଲୋକମାନଙ୍କର ମର୍ମନ୍ତୁଦ ଦୁଃଖଭୋଗ ଦେଖିଛି। ମୁଁ ସେମାନଙ୍କର ଆର୍ତ୍ତନାଦ ଶୁଣିଛି ଓ ସେମାନଙ୍କୁ ଦାସତ୍ୱରୁ ମୁକ୍ତ କରିବାକୁ ଓହ୍ଲାଇ ଆସିଛି। ବର୍ତ୍ତମାନ ଆସ, ମୁଁ ତୁମକୁ ମିସରକୁ ପଠାଇବି।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।

Gade chapit la Kopi




ପ୍ରେରିତ 7:34
21 Referans Kwoze  

କିନ୍ତୁ ଯେତେବେଳେ ପରମେଶ୍ୱରଙ୍କ ଲୋକ ବିପଦରେ ପଡ଼ିଲେ ସେମାନେ ସର୍ବଦା ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ ଡାକିଲେ। ଏବଂ ପ୍ରତ୍ୟେକ ଥର ପରମେଶ୍ୱର ସେମାନଙ୍କ ପ୍ରାର୍ଥନା ଶୁଣିଲେ।


ମୁଁ ପରମେଶ୍ୱରଙ୍କର ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସ୍ୱର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ଆସି ନାହିଁ।


ତୁମ୍ଭେ ମିଶରଠାରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ।


ଲୋକମାନେ ମଧ୍ୟ ବିଶ୍ୱାସ କଲେ ଯେ ପରମେଶ୍ୱର ମୋଶାଙ୍କୁ ପଠାଇଛନ୍ତି। ଯେତେବେଳେ ଇସ୍ରାଏଲୀୟମାନେ ଶୁଣିଲେ ଯେ, ପରମେଶ୍ୱର ସେମାନଙ୍କର ଅସୁବିଧା ଦେଖିଛନ୍ତି ଏବଂ ସେମାନଙ୍କ ପାଇଁ ଦୁଃଖ କଲେ। ସେମାନେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।


ଏହା ପରେ ପରମେଶ୍ୱର ମୋଶାଙ୍କୁ କହିଲେ, “ସେମାନଙ୍କୁ କୁହ, ‘ଆମ୍ଭେ ଯେ ଅଛୁ, ସେ ଅଛୁ,’ ଇସ୍ରାଏଲର ଲୋକମାନଙ୍କୁ କୁହ ଯେ, ‘ସ୍ୱୟମ୍ଭୂ’ ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।”


ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।


ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ।


କିନ୍ତୁ ସଦାପ୍ରଭୁ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ରଖିଲେ ଏବଂ ମିଶରରୁ ଇସ୍ରାଏଲକୁ ନେଇ ଆସିଲେ। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଲଗାଇ ଇସ୍ରାଏଲକୁ ନିରାପଦ ରଖିଲେ।


ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତେବେ ସବୁକିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ପ୍ରବାହିତ ହୁଅନ୍ତେ।


ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସେମାନେ ଧୂମ ନିର୍ଗତ କରିବେ।


ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।


ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କୁ ବାଛିଲେ, ସେ ତାଙ୍କ ସଙ୍ଗରେ ଥିଲେ ଓ ସେ ସେମାନଙ୍କ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ଯ୍ୟନ୍ତ ସେମାନଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ହେଲେ, ଯେତେବେଳେ ସେମାନେ ଦୁଃଖ ଓ ତାଡ଼ନାରେ ଆସକ୍ତ ଥିଲେ।


ମୁଁ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି ତହିଁରୁ ନେଇ ସେମାନଙ୍କୁ ଦେବା, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବ ନାହିଁ, ସେଥିପାଇଁ ସେମାନେ ମଧ୍ୟ ତୁମ୍ଭ ସହିତ ଦାୟିତ୍ୱ ଭାର ବହନ କରିବେ।


ତେଣୁ ମୁଁ ସେଠାକୁ ଯିବି ଏବଂ ଦେଖିବି, ଯଦି ସେମାନେ ସେପରି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଗ୍ଭହେଁ।”


ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।”


ସଦାପ୍ରଭୁ ଲୋକମାନଙ୍କ ଦ୍ୱାରା ତିଆରି ହେଉଥିବା ନଗର ଏବଂ ଦୁର୍ଗ ଦେଖିବା ପାଇଁ ଓହ୍ଲାଇ ଆସିଲେ।


Swiv nou:

Piblisite


Piblisite