ପ୍ରେରିତ 8:1 - ପବିତ୍ର ବାଇବଲ1-3 ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ। ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। Gade chapit laଓଡିଆ ବାଇବେଲ1 ଶାଉଲ, ସ୍ତିଫାନଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ସେହି ଦିନଠାରୁ ଯିରୁଶାଲମର ମଣ୍ଡଳୀ ପ୍ରତି ନିଷ୍ଠୁର ଉତ୍ପୀଡ଼ନ ଆରମ୍ଭ ହେଲା। ପ୍ରେରିତ ଶିଷ୍ୟମାନଭ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୁଦା ଓ ଶମିରୋଣ ଅଞ୍ଚଳରେ ଛିନ୍ନଭିନ୍ନ ହୋଇଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। Gade chapit la |
ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।
ଏ ଭଳି କରୁଥିବା ବେଳେ ମୁଁ ଯିରୁଶାଲମରେ ପରମେଶ୍ୱରଙ୍କର ଅନେକ ଲୋକଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି। ଯୀଶୁଙ୍କ ଅନୁସରଣକାରୀଙ୍କୁ ଯେତେବେଳେ ମୃତ୍ୟୁଦଣ୍ଡ ଦିଆଯାଉଥିଲା, ସେତେବେଳେ ମୁଁ ମଧ୍ୟ ଏହା ଠିକ୍ ବୋଲି ଭାବି ସେଥିରେ ପୂର୍ଣ୍ଣ ସମ୍ମତ ହୋଇଥିଲି। ମୁଁ ପରମେଶ୍ୱରଙ୍କର ଅନେକ ଲୋକମାନଙ୍କୁ ଧରି ଆଣି କାରାଗାରରେ ବନ୍ଦୀ କରି ରଖୁଥିଲି, କାରଣ ଏପରି କରିବା ନିମନ୍ତେ ମୁଁ ମହାଯାଜକମାନଙ୍କଠାରୁ କ୍ଷମତା ପାଇଥିଲି। ମୁଁ ସେମାନଙ୍କୁ ସମାଜଗୃହ ସବୁରେ ଦଣ୍ତ ଦେଇଥିଲି।