Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:26 - ପବିତ୍ର ବାଇବଲ

26 ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଫିଲି‌ପ୍‌ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ। ଯିରୁଶାଲମରୁ ମରୁଭୂମି ଦେଇ ଯେଉଁ ରାସ୍ତା ଗ‌ଜ୍‌‌ଜାକୁ ଯାଉଅଛି, ସେହି ରାସ୍ତାରେ ଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।

Gade chapit la Kopi

ଓଡିଆ ବାଇବେଲ

26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଈଶ୍ୱରଙ୍କର ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ, ଦକ୍ଷିଣରେ ଯିରୂଶାଲମରୁ ଗାଜା ଆଡ଼କୁ ପଡ଼ିଥିବା ରାସ୍ତାକୁ ଯାଅ।” (ଆଜିକାଲି ଏହି ରାସ୍ତା ଆଉ ବ୍ୟବହୃତ ହେଉନାହିଁ।) ଫିଲିପ୍ପ ପ୍ରସ୍ତୁତ ହୋଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।

Gade chapit la Kopi




ପ୍ରେରିତ 8:26
18 Referans Kwoze  

କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତିରେ ସେହି କାରାଗାରର କବାଟ ଖୋଲି ସେମାନଙ୍କୁ ବାହାର କରିଦେଲେ ଓ କହିଲେ,


ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।


ମୁଁ ଯେଉଁ ପରମେଶ୍ୱରଙ୍କର ସେବା କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତିରେ ମୋ’ ପାଖରେ ଠିଆ ହୋଇ କହିଲେ,


ମାତ୍ର ସଦାପ୍ରଭୁଙ୍କ ଦୂତ ତି‌‌‌‌ଶ୍‌ବୀୟ ଏଲିୟଙ୍କୁ କହିଲେ, “ଯାଅ, ଶମରିୟା ରାଜାଙ୍କର ଦୂତମାନଙ୍କୁ ଭେଟ ଓ ସେମାନଙ୍କୁ କୁହ, ‘ଇସ୍ରାଏଲରେ କ’ଣ ଇସ୍ରାଏଲର ପରମେଶ୍ୱର ନାହାନ୍ତି ଯେ, ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ?


ହେରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ୱରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶେଷରେ ସେ ମୃତ୍ୟୁବରଣ କଲେ।


ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”


ଏହା କହି ସ୍ୱର୍ଗଦୂତ ଗ୍ଭଲିଗଲେ। ଏହା ପରେ କର୍ଣ୍ଣୀଲିୟ ନିଜର ବ୍ୟକ୍ତିଗତ ସହକାରୀ ମଧ୍ୟରୁ ତାହାଙ୍କର ଦୁଇଜଣ ସେବକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।


“ଅସ୍କିଲୋନ ତାହା ଦେଖି ଭୟଭୀତ ହେବ ଓ ଘସାର ଲୋକମାନେ ଭୟରେ ଥରିବେ। ଇକ୍ରୋଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସାରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ୟ ଅସ୍କିଲୋନ ଜନଶୂନ୍ୟ ହେବ।


ଅସଦୋଦ, ତା'ର ଉପନଗର, ଓ ଗ୍ରାମମାନ, ଘସା, ତହିଁର ଉପନଗର ଓ ଗ୍ରାମଗୁଡ଼ିକ, ମିଶରର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।


ସେମାନେ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ ଓ ଲୁହା କାର୍ଯ୍ୟରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ୟ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ଯ୍ୟ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।”


ଶୀହୋରଠାରୁ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକୁ ବର୍ତ୍ତମାନ ପର୍ଯ୍ୟନ୍ତ ତୁମ୍ଭେ ନିୟନ୍ତ୍ରଣକୁ ନେଇ ନାହଁ। ବର୍ତ୍ତମାନ ସୁଦ୍ଧା ସେହି ଦେଶ କିଣାନୀୟମାନଙ୍କର ଅଟେ। ଏହି ପାଞ୍ଚ ଜଣଙ୍କୁ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାଥ୍ ଓ ଇକ୍ରୋଣର ନେତାଗଣଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ।


ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।


ଫିଲି‌ପ୍‌ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟରେ ସେମାନଙ୍କ ନିକଟରେ ପ୍ରଗ୍ଭର କଲେ।


ସେତେବେଳେ ପବିତ୍ରଆତ୍ମା ଫିଲି‌ପ୍‌ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।”


Swiv nou:

Piblisite


Piblisite