Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:7 - ପବିତ୍ର ବାଇବଲ

7 ବହୁତ ଲୋକଙ୍କ ଭିତରେ ଭୂତମାନେ ଥିଲେ। କିନ୍ତୁ ସେମାନଙ୍କୁ ବାହାର କରିଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ୱରରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ ଛୋଟ ଲୋକ ମଧ୍ୟ ଫିଲି‌ପ୍‌ପଙ୍କ ଦ୍ୱାରା ଆରୋଗ୍ୟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଅନେକ ଲୋକଙ୍କଠାରୁ ପ୍ରେତାତ୍ମାମାନେ ଚିକ୍ରାର କରି ବାହାରି ଗଲେ, ଅନେକ ପକ୍ଷାଘାତ ରୋଗୀ ଓ ପଙ୍ଗୁମାନେ ସୁସ୍ଥ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।

Gade chapit la Kopi




ପ୍ରେରିତ 8:7
16 Referans Kwoze  

ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ।


ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।


କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।


“ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ'ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।


ଯେତେବେଳେ ବାସ୍ତରି ଜଣ ସେମାନଙ୍କ ଭ୍ରମଣରୁ ଫେରି ଆସିଲେ, ସେମାନେ ବହୁତ ଖୁସୀ ଥିଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭେମାନେ ଯେତେବେଳେ ଆପଣଙ୍କ ନାମ ନେଇ ଆଜ୍ଞା ଦେଲୁ, ସେତେବେଳେ ଏପରିକି ଭୂତମାନେ ମଧ୍ୟ ଆମ୍ଭମାନଙ୍କ କଥା ମାନିଲେ।”


ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।”


ଅନ୍ଧ ତା'ର ଦୃଷ୍ଟିଶକ୍ତି ଫେରି ପାଆନ୍ତି। ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି।


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


ଖଞ୍ଜଲୋକ ହରିଣ ତୁଲ୍ୟ ଡିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ।


ସେଠାକାର ଲୋକମାନେ ଫିଲି‌ପ୍‌ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ଦେଖି ତାହାଙ୍କ କଥାରେ ଅଧିକ ମନଦେଲେ।


Swiv nou:

Piblisite


Piblisite