Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:23 - ପବିତ୍ର ବାଇବଲ

23 ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;

Gade chapit la Kopi

ଓଡିଆ ବାଇବେଲ

23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଅନେକ ଦିନ ଅତିବାହିତ ହେବା ପରେ ଇହୁଦୀମାନେ ଏକତ୍ରିତ ହୋଇ ଶାଉଲଙ୍କୁ ହତ୍ୟା କରିବା ପାଇଁ ମନ୍ତ୍ରଣା କଲେ, କିନ୍ତୁ ଶାଉଲ ସେମାନଙ୍କର ଚକ୍ରାନ୍ତ ଜାଣିପାରିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;

Gade chapit la Kopi




ପ୍ରେରିତ 9:23
14 Referans Kwoze  

କିନ୍ତୁ ତା'ପରେ କେତେକ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସେମାନେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲେଣି ଭାବି ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।


ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀଲୋକଙ୍କୁ ଓ ନଗରର ମୁଖ୍ୟ ବ୍ୟକ୍ତିମାନଙ୍କୁ ଉତ୍ତେଜିତ କରାଇଲେ। ସେମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବିରୁଦ୍ଧରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସେମାନେ ସେମାନଙ୍କୁ ତାଡ଼ନା କରିବା ଆରମ୍ଭ କଲେ ଓ ସେମାନଙ୍କୁ ସେହି ଅଞ୍ଚଳରୁ ବାହାର କରିଦେଲେ।


ମୁଁ ଅନେକ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କରେ ନଦୀରେ ଲୁଣ୍ଠନକାରୀମାନଙ୍କଠାରୁ ମୋର ନିଜ ଲୋକମାନଙ୍କଠାରୁ, ଅଣଯିହୂଦୀମାନଙ୍କଠାରୁ ମୁଁ ବିପଦରେ ଥିଲି। ନଗରମାନଙ୍କରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ରରେ, ମଧ୍ୟ ମୁଁ ବିପଦରେ ପଡ଼ିଥିଲି। ଯେଉଁ ଲୋକମାନେ ମିଛରେ ଭାଇ ବୋଲାଉ ଥିଲେ ସେମାନଙ୍କ ପାଇଁ ମୁଁ ବିପଦରେ ପଡ଼ିଥିଲି।


ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ୱାସ କରୁଥିଲେ, ସେମାନେ ଅନ୍ୟ ଜାତୀୟ ଲୋକମାନଙ୍କ ମନରେ ଭାଇମାନଙ୍କ ବିରୁଦ୍ଧରେ ଖରାପ ଧାରଣା ଜନ୍ମାଇଲେ।


ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”


କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।


ବର୍ଣ୍ଣ‌ବ୍‌‌ବା ଓ ପାଉଲ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ପାଇଁ ସେମାନଙ୍କର ଜୀବନକୁ ଉତ୍ସର୍ଗ କରିଛନ୍ତି।


ସେଠାରେ ସେ ତିନି ମାସ ପର୍ଯ୍ୟନ୍ତ ରହିଲେ। ସେଠାରୁ ସୁରିଆକୁ ଜଳଯାତ୍ରା କରିବା ପାଇଁ ଗ୍ଭହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆକୁ ଫେରି ଯିବା ପାଇଁ ସ୍ଥିର କଲେ।


ତହିଁ ଆରଦିନ କେତେକ ଯିହୂଦୀ ଗୋଟିଏ ଯୋଜନା କଲେ। ସେମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଗ୍ଭହିଁଲେ। ତାହାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।


Swiv nou:

Piblisite


Piblisite