Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:40 - ପବିତ୍ର ବାଇବଲ

40 ପିତର କୋଠରି ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, “ଟାବୀଥା, ଉଠ।” ସେ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରଙ୍କୁ ଦେଖି ଉଠି ବସିଲେ।

Gade chapit la Kopi

ଓଡିଆ ବାଇବେଲ

40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ । ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ପିତର ସମସ୍ତଙ୍କୁ କୋଠରୀରୁ ବାହାର କରିଦେଲେ ଓ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଦର୍କାସର ମୃତ ଶରୀର ଆଡ଼କୁ ଚାହିଁ କହିଲେ, “ଟବିଥା, ଉଠ!” ଦର୍କାସ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।

Gade chapit la Kopi




ପ୍ରେରିତ 9:40
14 Referans Kwoze  

ଲୋକଙ୍କୁ ଘର ଭିତରୁ ବାହାର କରି ଦିଆଯିବା ପରେ ଯୀଶୁ ଭିତରକୁ ଗଲେ। ଝିଅଟିର ହାତ ଧରିଲେ, ଝିଅଟି ଉଠି ଠିଆ ହେଲା।


ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋ‌ର୍‌‌ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।


କିନ୍ତୁ ଯୀଶୁ ଝିଅଟିର ହାତ ଧରି ତାକୁ ଡାକିଲେ, “ହେ ଝିଅ, ଉଠିପଡ଼।”


ଏ କଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।


ତା'ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ,


ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡ଼ି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦେଇ କହିଲେ, “ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦେଇଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦେହ ଭିତରୁ ବାହାରିଯା। ଏହାର ଦେହରେ ପୁଣି ଆଉ କେବେ ହେଲେ ପ୍ରବେଶ କରିବୁ ନାହିଁ।”


ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ।


କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବେଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କୁ ଗୋପନରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନରେ କରୁଥିବା ତୁମ୍ଭ କାମଗୁଡ଼ିକ ଦେଖି ପାରନ୍ତି। ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।


ସେହି ସମୟରେ ପୁବ୍ଳିୟଙ୍କ ପିତା ଜ୍ୱର ଓ ଝାଡ଼ାରେ ଶଯ୍ୟାଶାୟୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରିଦେଲେ।


ତା'ପରେ ଯିଶାଇୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ଏଥିରେ ସଦାପ୍ରଭୁ ଛାୟାକୁ କଲେ ଯେ, ତାହା ଦଶ ପାଉଣ୍ତ ଆଗକୁ ଯାଇ ପଛକୁ ଘୁଞ୍ଚି ଆସିଲା।


Swiv nou:

Piblisite


Piblisite