କଲସୀୟ 1:12 - ପବିତ୍ର ବାଇବଲ12 ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ। Gade chapit laଓଡିଆ ବାଇବେଲ12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ । Gade chapit laପବିତ୍ର ବାଇବଲ (CL) NT (BSI)12 ପିତା ଈଶ୍ୱର ଆଲୋକ ରାଜ୍ୟରେ ତାଙ୍କର ଲୋକମାନଙ୍କ ନିମନ୍ତେ ଯାହା ସଂରକ୍ଷିତ କରିଛନ୍ତି, ତାହାର ଅଂଶୀ ହେବା ପାଇଁ ସେ ଯେ ତୁମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି, ଏଥିଯୋଗୁଁ ଆନନ୍ଦରେ ତାହାଙ୍କୁ ଧନ୍ୟବାଦ ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ। Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।
ଏହା ପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରିତ କରି କହିଲେ, “ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କର।” ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କଲେ, ଯେଉଁ ପରମେଶ୍ୱରଙ୍କ ଉପାସନା ସେମାନଙ୍କର ପୂର୍ବପୁରୁଷମାନେ ମଧ୍ୟ କରୁଥିଲେ। ସେମାନେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।