Biblia Todo Logo
Bib sou entènèt

- Piblisite -




କଲସୀୟ 1:17 - ପବିତ୍ର ବାଇବଲ

17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ। ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ଵ ଅଛି।

Gade chapit la Kopi

ଓଡିଆ ବାଇବେଲ

17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସମସ୍ତ ବିଷୟର ସୃଷ୍ଟି ପୂର୍ବରୁ ତାଙ୍କର ଅସ୍ତିତ୍ୱ ଥିଲା ଓ ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ସମସ୍ତ ବିଷୟ ସ୍ୱ ସ୍ୱ ନିରୂପିତ ସ୍ଥାନରେ ସ୍ଥିତିଶୀଳ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।

Gade chapit la Kopi




କଲସୀୟ 1:17
19 Referans Kwoze  

ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।


କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ୱର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କେବଳ ଜଣେ। ସେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ପ୍ରତ୍ୟେକ ବିଷୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦେଇଛନ୍ତି।


‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ, ‘ଆମ୍ଭେମାନେ ତାହାଙ୍କର ସନ୍ତାନ।’


ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତିରେ ମୋତେ ଗୌରବାନ୍ୱିତ କର। ଜଗତ ଆରମ୍ଭ ହେବା ପୂର୍ବରୁ, ମୋର ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମୋତେ ତୁମ୍ଭ ସହିତ ଗୌରବାନ୍ୱିତ କର।


ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ, ମୁଁ ନିଜେ ଅଛି।”


ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”


କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।


ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।


ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି, କିନ୍ତୁ ମୁଁ ତାକୁ ସ୍ଥିର କରିବି।


ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।”


ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।


“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,


କିନ୍ତୁ ହେ ବୈ‌‌‌ଥ୍‌‌‌ଲେହମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ୟରୁ “ଇସ୍ରାଏଲର ଶାସନକର୍ତ୍ତା” ହେବା ନିମନ୍ତେ ଜଣେ ବ୍ୟକ୍ତି ଆମ୍ଭ ଉଦ୍ଦେଶ୍ୟରେ ଜନ୍ମ ହେବେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହୋଇଅଛି।


ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।


ସେହି ସ୍ୱର ମୋତେ କହିଲା, “ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତୋଟି ମଣ୍ଡଳୀ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆ ଓ ଲାଅଦିକୀଆକୁ ପଠାଅ।’’


Swiv nou:

Piblisite


Piblisite