Biblia Todo Logo
Bib sou entènèt

- Piblisite -




କଲସୀୟ 1:18 - ପବିତ୍ର ବାଇବଲ

18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ। ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ସେ ମଣ୍ତଳୀରୂପ ଶରୀରର ମସ୍ତକ ସ୍ଵରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେ ତାଙ୍କର ଉପାସକ ମଣ୍ଡଳୀରୂପ ଶରୀରର ମସ୍ତକ; ସେହି ଶରୀରର ସେ ଜୀବନ ଶକ୍ତି। ସମସ୍ତ ବିଷୟରେ ପ୍ରଥମ ସ୍ଥାନ ପାଇବା ପାଇଁ ସେ ମୃତ୍ୟୁରୁ ପ୍ରଥମେ ପୁନରୁତ୍ଥିତ ହୋଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।

Gade chapit la Kopi




କଲସୀୟ 1:18
36 Referans Kwoze  

ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି।


ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”


ତେଣୁ ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଛି।


ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।


ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର।


ଆମ୍ଭେ ପ୍ରଥମ ଓ ଶେଷ; କ ଓ କ୍ଷ, ଆଦି ଓ ଅନ୍ତ।”


ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ, ସ୍ୱାମୀ ସେହିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟିୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସେହି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।


ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି।


କିନ୍ତୁ ଯେତେ ଦିନ ପର୍ଯ୍ୟନ୍ତ ପରମେଶ୍ୱର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, ସେତେଦିନ ପର୍ଯ୍ୟନ୍ତ ଖ୍ରୀଷ୍ଟ ରାଜତ୍ୱ କରିବେ।


ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।


ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”


ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି।


ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।


ସେ ବ୍ୟକ୍ତି ମୋ’ ପରେ ଆସୁଛନ୍ତି, ମୁଁ ଦାସ ଭାବେ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମଧ୍ୟ ଯୋଗ୍ୟ ନୁହେଁ।”


ବାକ୍ୟ (ଖ୍ରୀଷ୍ଟ) ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ଆଶୀର୍ବାଦ ଉପରେ ଆଶୀର୍ବାଦ ପାଇଅଛୁ।


ଜଗତ ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ।


“ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ: “ଯେ ଏହିସବୁ ତୁମ୍ଭକୁ କହୁଛନ୍ତି, ସେ ଆମେନ୍ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଅଟନ୍ତି। ପରମେଶ୍ୱର ସୃଷ୍ଟି କରିଥିବା ସମସ୍ତ ବିଷୟର ଶାସକ। ସେ ଏହି କଥା କହନ୍ତି:


ଆମ୍ଭେମାନେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା। ଆମ୍ଭେମାନେ ଏହା ଶୁଣିଲୁ, ଆମ୍ଭେମାନେ ଏହା ସ୍ୱଚକ୍ଷୁରେ ଦେଖିଲୁ, ଆମ୍ଭେମାନେ ଏହା ନିରୀକ୍ଷଣ କଲୁ ଏବଂ ଆମ୍ଭେମାନେ ନିଜ ହସ୍ତରେ ସ୍ପର୍ଶ କଲୁ। ଆମ୍ଭେମାନେ ସେହି “ବାକ୍ୟ” (ଖ୍ରୀଷ୍ଟଙ୍କ) ବିଷୟରେ ତୁମ୍ଭକୁ ଲେଖୁଛୁ, ଯାହା ଜୀବନ ଦାନ କରେ।


ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା'ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ ବୋଲି ଧରା ହେବେ।


“କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ‘ରା‌‌‌‌‌ବ୍‌‌‌‌‌ବୀ’ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।


“ଆମ୍ଭର ଦାସକୁ ଦେଖ, ସେ ସୁବିବେଚନା ପୂର୍ବକ ବ୍ୟବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ୱିତ ହେବେ।


ମୋହର ପ୍ରିୟତମ ଶ୍ୱେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।


ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭେମାନେ ପ୍ରତ୍ୟେକ ସେହି ଶରୀରର ଅଙ୍ଗ।


ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ।


Swiv nou:

Piblisite


Piblisite