Biblia Todo Logo
Bib sou entènèt

- Piblisite -




କଲସୀୟ 1:26 - ପବିତ୍ର ବାଇବଲ

26 ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ୟଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସେହି ଗୁପ୍ତ ସତ୍ୟ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେହି ନିଗୂଢ଼ ତତ୍ତ୍ଵ ପୂର୍ବଯୁଗ ଓ ପୂର୍ବପୁରୁଷ-ମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେହି ସୁସମାଚାର ଏକ ନିଗୂଢ଼ ତତ୍ତ୍ୱ। ଯୁଗ ଯୁଗ ଧରି ଈଶ୍ୱର ସମସ୍ତଙ୍କଠାରୁ ଏହା ଗୁପ୍ତ ରଖିଥିଲେ, କିନ୍ତୁ ବର୍ତ୍ତମାନ ତାଙ୍କର ଲୋକମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।

Gade chapit la Kopi




କଲସୀୟ 1:26
11 Referans Kwoze  

ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି ‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ ଦେଖି ପାରିବେନି, ଏବଂ ଶୁଣୁଥିଲେ ମଧ୍ୟ ବୁଝି ପାରିବେ ନାହିଁ।’


ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ।


ସେହି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ଯ୍ୟନ୍ତ ଆମ୍ଭକୁ ଦେଖାଯାଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠାରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ୟୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦେଖାଇଲେ। ସୁସମାଗ୍ଭର ମାଧ୍ୟମରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦେଖାଇଲେ।


କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ।


ଯୀଶୁ କହିଲେ, “କେବଳ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ନିଗୂଢ଼ତତ୍ତ୍ୱ ବୁଝି ପାରିବା ପାଇଁ ଶକ୍ତି ଦିଆଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ୟମରେ ସବୁକଥା କହୁଛି।


ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।


ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।


ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ।


“ସେମାନେ କହିଲେ, ‘ଆମ୍ଭକୁ କେହି ମଜୁରୀ ଦେଇ କାମ କରିବାକୁ ଡାକି ନାହାନ୍ତି।’ “ଜମିଦାର ଜଣକ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଯାଇ ମୋର ଦ୍ରାକ୍ଷାବଗିଗ୍ଭରେ କାମ କର।’


Swiv nou:

Piblisite


Piblisite