Biblia Todo Logo
Bib sou entènèt

- Piblisite -




କଲସୀୟ 1:3 - ପବିତ୍ର ବାଇବଲ

3 ଆମ୍ଭ ପ୍ରାର୍ଥନାରେ ଆମ୍ଭେ ସବୁବେଳେ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ଵାସ ଏବଂ ସ୍ଵର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି

Gade chapit la Kopi

ଓଡିଆ ବାଇବେଲ

3 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଆମେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବା ସମୟରେ ଆମ୍ଭମାନଙ୍କ ଖ୍ରୀଷ୍ଟ ଯୀଶୁଙ୍କ ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ।

Gade chapit la Kopi




କଲସୀୟ 1:3
16 Referans Kwoze  

ପ୍ରାର୍ଥନା କଲାବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେ ପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।


ମୁଁ ସବୁବେଳେ ଦିନରାତି ମୋ’ ପ୍ରାର୍ଥନାରେ ତୁମ୍ଭକୁ ମନେ ପକାଉଛି। ସେହି ପ୍ରାର୍ଥନାରେ ମୁଁ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ମୋର ପୂର୍ବଜମାନେ ସେହି ପରମେଶ୍ୱରଙ୍କୁ ସେବା କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସେବା କରିଛି।


ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;


ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାଶେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି।


ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି।


ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି।


କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।


ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ।


ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର।


ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।


Swiv nou:

Piblisite


Piblisite