କଲସୀୟ 1:5 - ପବିତ୍ର ବାଇବଲ5 ତୁମ୍ଭମାନଙ୍କର ଭରସା ହେତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ ଓ ସାଧୁମାନଙ୍କୁ ପ୍ରେମ କରୁଛ। ତୁମ୍ଭେ ଯେଉଁ ବିଷୟ ଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭେମାନେ ଯେତେବେଳେ ସତ୍ଶିକ୍ଷା ବା ସୁସମାଗ୍ଭର ଶୁଣିଥିଲ, ସେତେବେଳେ ଏହି ଭରସା ବିଷୟରେ ଜାଣିଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ଵାରା ପୂର୍ବେ ଶୁଣିଅଛ। Gade chapit laଓଡିଆ ବାଇବେଲ5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ । Gade chapit laପବିତ୍ର ବାଇବଲ (CL) NT (BSI)5 ଯେତେବେଳେ ସୁସମାଚାରର ସତ୍ୟ ସମ୍ବାଦ ତୁମ୍ଭମାନଙ୍କ ନିକଟକୁ ପ୍ରଥମେ ଆସିଲା, ତୁମ୍ଭେମାନେ ତାହା ଦ୍ୱାରା ପ୍ରଦତ୍ତ ଭରସାର କଥା ଶୁଣିଥିଲ। ତୁମ୍ଭେମାନେ ଯାହା ଭରସା କର, ଯାହା ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ସୁରକ୍ଷିତ, ତାହା ଉପରେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମ ପ୍ରତିଷ୍ଠିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ। Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”