କଲସୀୟ 2:2 - ପବିତ୍ର ବାଇବଲ2 ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। Gade chapit laଓଡିଆ ବାଇବେଲ2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)2 ତୁମେ ସମସ୍ତେ ଯେପରି ଉତ୍ସାହିତ ହେବ, ପରସ୍ପର ସହିତ ପ୍ରେମରେ ଆବଦ୍ଧ ହେବ ଓ ପ୍ରକୃତ ଜ୍ଞାନ ଲାଭ କରି ନିଶ୍ଚିତ ଭରସାରୂପ ସମ୍ପଦର ପୂର୍ଣ୍ଣ ଅଧିକାରୀ ହେବ, ଏହା ମୋର ଉଦ୍ଦେଶ୍ୟ। ଏହା ଦ୍ୱାରା ତୁମେ ସମସ୍ତେ ଜାଣିବ ଯେ, ଯୀଶୁ ଖ୍ରୀଷ୍ଟ ହିଁ ଈଶ୍ୱରଙ୍କ ସେହି ନିଗୂଢ଼ ତତ୍ତ୍ୱ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।