Biblia Todo Logo
Bib sou entènèt

- Piblisite -




କଲସୀୟ 4:18 - ପବିତ୍ର ବାଇବଲ

18 ମୁଁ ପାଉଲ, ନିଜ ହସ୍ତାକ୍ଷରରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମୋର ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କର ଅନୁଗ୍ରହ ରହୁ। ଆମେନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।।

Gade chapit la Kopi

ଓଡିଆ ବାଇବେଲ

18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ମୁଁ ପାଉଲ ସ୍ୱାକ୍ଷର ସହ, ମୋର ଶୁଭେଚ୍ଛା ଜଣାଉଛି। ମୋର ବନ୍ଦୀ ଅବସ୍ଥାକୁ ଭୁଲି ଯିବ ନାହିଁ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi




କଲସୀୟ 4:18
14 Referans Kwoze  

ବନ୍ଦୀଘରେ ଥିବା ସେହି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭେମାନେ ନିଜେ ମଧ୍ୟ ବନ୍ଦୀଘରେ ଥିବା ଭଳି ସେମାନଙ୍କୁ ମନେରଖ। ଯେଉଁମାନେ ଯାତନା ପାଉଛନ୍ତି, ସେମାନଙ୍କୁ ମଧ୍ୟ ଭୁଲ୍ ନାହିଁ। ମନେରଖ ଯେ, ତୁମ୍ଭେମାନେ ମଧ୍ୟ ସେମାନଙ୍କ ସ୍ଥାନରେ ଭବିଷ୍ୟତରେ ରହିପାର।


ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।


କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।


ମୁଁ ପାଉଲ, ନିଜ ହାତରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।


ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।


ମୋ’ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ୱାସରେ ଆମ୍ଭକୁ ଭଲ ପାଆନ୍ତି, ସେମାନଙ୍କୁ ନମସ୍କାର ଜଣାଇବ। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।


ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହୋଇ ରହିଛି ମୋ’ ପାଇଁ ମଧ୍ୟ ଲଜ୍ଜା ବୋଧ କର ନାହିଁ। କିନ୍ତୁ ମୋ’ ସହିତ ସୁସମାଗ୍ଭର ପାଇଁ କଷ୍ଟ ସହ୍ୟ କର। ତାହା କରିବା ପାଇଁ ପରମେଶ୍ୱର ଆମ୍ଭକୁ ଶକ୍ତି ଦିଅନ୍ତି।


ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।


ମୁଁ ପାଉଲ, ମୋ’ ନିଜ ହାତରେ ଲେଖିଥିବା ଏହି ପତ୍ର ମୋ’ ଦସ୍ତଖତ କରି ସମାପ୍ତ କରୁଛି। ପତ୍ରଗୁଡ଼ିକ ମୋର ବୋଲି ଜଣାଇ ଦେବା ପାଇଁ ମୁଁ ମୋର ସମସ୍ତ ପତ୍ରରେ ଦସ୍ତଖତ କରିଛି। ମୋ’ ଲେଖିବାର ଢଙ୍ଗ ଏହିପରି।


ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ।


ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।


ଶାନ୍ତିର ସ୍ରୋତ ପରମେଶ୍ୱର ଶୀଘ୍ର ଶୟତାନକୁ ହରାଇବେ ଓ ତା’ ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।


ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।


Swiv nou:

Piblisite


Piblisite