Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:20 - ପବିତ୍ର ବାଇବଲ

20 ଆଉ ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେକୌଣସି ବିଷୟରେ ରାଜା ସେହି ଗ୍ଭରି ଯୁବକଙ୍କୁ ପଗ୍ଭରୁଥିଲେ, ସେମାନେ ବିଜ୍ଞ ଉତ୍ତର ଦେଉଥିଲେ। ରାଜା ସମଗ୍ର ରାଜ୍ୟରେ ସମସ୍ତ ମନ୍ତ୍ରଜ୍ଞ ଓ ଗଣକମାନଙ୍କ ଅପେକ୍ଷା ସେମାନେ ଦଶଗୁଣ ଅଧିକ ଜ୍ଞାନୀ ବୋଲି ଜାଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ଵନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲା, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।

Gade chapit la Kopi

ଓଡିଆ ବାଇବେଲ

20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।

Gade chapit la Kopi




ଦାନିୟେଲ 1:20
25 Referans Kwoze  

ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ୱର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜି‌ଦ୍‌ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ।


ମିଶରୀୟମାନେ ବିଭ୍ରାନ୍ତ ହେବେ। ସେମାନେ କ’ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଗ୍ଭରିବେ। ଆଉ ମଧ୍ୟ ସେମାନେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନେବେ। ମାତ୍ର ସେମାନଙ୍କର ଉପଦେଶ ଅର୍ଥହୀନ ହେବ।”


ତୁମ୍ଭେ ବର୍ତ୍ତମାନ ସୁଦ୍ଧା ମୋତେ ଦଶଥର ଅପମାନିତ କଲଣି। ତୁମ୍ଭକୁ ଟିକେ ଲଜ୍ଜା ଲାଗୁନି ଯେତେବେଳେ ମୋତେ ଆକ୍ରମଣ କରୁଛ।


ଆଉ ସେମାନଙ୍କ ନିକଟରେ ବାସ କରୁଥିବା ଯିହୁଦୀମାନେ ଆସି ଆମ୍ଭମାନଙ୍କୁ ଦଶଥର କହିଲେ, “ଗ୍ଭରିଆଡ଼େ ସେମାନେ ଆମ୍ଭର ବିରୋଧୀ ହେବେ।”


ଏମାନଙ୍କ ମଧ୍ୟରୁ ଏହି ଲୋକ ମୋର ମହିମା ଦେଖିଲେ, ପୁଣି ଯେଉଁମାନେ ମିଶରରେ ଓ ମରୁଭୂମିରେ ଚିହ୍ନସ୍ୱରୂପ ମୋର କୃତ କର୍ମ ଦେଖାଇଛନ୍ତି ଏବଂ ଯେଉଁମାନେ ମୋତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମୋ’ ବାକ୍ୟ ରବରେ ଅମନୋଯୋଗୀ ହୋଇଅଛନ୍ତି,


ମନ୍ତ୍ରଜ୍ଞମାନେ ମଧ୍ୟ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ବଳରେ ଠିକ୍ ସେହିପରି ବେଙ୍ଗମାନଙ୍କୁ ବାହାର କରି ପାରିଲେ। ଯେଉଁଥିପାଇଁ ସମଗ୍ର ମିଶର ବେଙ୍ଗରେ ପରିପୂର୍ଣ୍ଣ ହୋଇଗଲା।


ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ଯାଦୁବିଦ୍ୟା ପ୍ରୟୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି କଠିନ ହେଲେ ହୃଦୟ କଠିନ କଲେ ଏବଂ ସେ ସେମାନଙ୍କର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସାରେ ଘଟିଲା।


ଏହା ପରେ ପ୍ରଭାତରେ ତାଙ୍କର ମନ ଉ‌ଦ୍‌ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀୟ ପ୍ରତ୍ୟେକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡକାଇଲେ। ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କୁହନ୍ତେ ସେମାନଙ୍କ ମଧ୍ୟରୁ କେହି ତା'ର ଅର୍ଥ କହି ପାରିଲେ ନାହିଁ।


ତୁମ୍ଭର ପିତା ମୋତେ ପ୍ରତାରଣା କଲେ। ତୁମ୍ଭର ପିତା ମୋର ବେତନ ଦଶ ଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କଲେ। ସେ ଲାବନକୁ ମୋର କ୍ଷତି କରିବାକୁ ଦେଲେ ନାହିଁ।


ତା'ପରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, “ହେ ରାଜା ବେ‌‌ଲ୍‌‌‌‌ଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି।


ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।


ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ୱାନ ଲୋକମାନେ ହତ ହେବେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା'ର ସାଥୀମାନଙ୍କୁ ବଧ କରିବାକୁ ଅନ୍ୱେଷଣ କଲେ।


ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍। କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।


ଏବଂ ତୁମ୍ଭେ ଭାବୁଛ ଯେ, ତୁମ୍ଭେ ଦାନିୟେଲଠାରୁ ଅଧିକ ଜ୍ଞାନୀ, ସମସ୍ତ ନିଗୂଢ଼ କଥା ଲୋକମାନଙ୍କଠାରୁ ତୁମ୍ଭେ ଜାଣି ପାରିବ।


ଆଉ ପରମେଶ୍ୱର ସେହି ଗ୍ଭରି ଯୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ୟତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


Swiv nou:

Piblisite


Piblisite