Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:13 - ପବିତ୍ର ବାଇବଲ

13 ମାତ୍ର ପାରସ୍ୟ ରାଜ୍ୟର ରାଜକୁମାର ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭକୁ ବାଧା ଦେଲା, ଆଉ ଦୂତମାନଙ୍କ ମଧ୍ୟରେ ପ୍ରଧାନ ମୀଖାୟେଲ ମୋତେ ସାହାଯ୍ୟ କରିବାକୁ ଆସିଲେ। କାରଣ ପାରସ୍ୟର ରାଜକୁମାର ମୋତେ ପଛରୁ ଟାଣି ଧରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେସ୍ଥାନରେ ପାରସ୍ୟର ରାଜଗଣର ସଙ୍ଗରେ ରହିଲୁ।

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।

Gade chapit la Kopi




ଦାନିୟେଲ 10:13
11 Referans Kwoze  

ପ୍ରଧାନ ସ୍ୱର୍ଗଦୂତ ମୀଖାୟେଲ ମଧ୍ୟ ଏହା କରି ନ ଥିଲେ। ସେ ମୋଶାଙ୍କ ଶରୀର ନେବା ବିଷୟରେ ଶୟତାନ ସହିତ ଯୁକ୍ତି କରିଥିଲେ। କିନ୍ତୁ ମୀଖାୟେଲ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, “ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”


ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।


ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା।


ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।


ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲୁ। ମୁଁ ପାଉଲ ନିଜେ କେତେ ଥର ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଶୟତାନ ଆମ୍ଭକୁ ବାଧା ଦେଇଛି।


ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।


ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ।


ତେଣୁ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରକାର୍ଯ୍ୟ ବନ୍ଦ ହେଲା। ପୁଣି ପାରସ୍ୟ ରାଜା ଦାରିୟାବସର ଅଧିକାରର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।


Swiv nou:

Piblisite


Piblisite